Posted inଜାତୀୟ

ରକ୍ଷାବନ୍ଧନ ଉପହାର, ମହିଳା ଉଦ୍ୟୋଗୀଙ୍କ ପାଇଁ ୧୬୨୫ କୋଟି ଘୋଷଣା କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୨।୮: ରକ୍ଷାବନ୍ଧନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ଉଦ୍ୟୋଗୀମାନଙ୍କୁ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆତ୍ମନିର୍ଭରଶୀଳ ନାରୀ-ଶକ୍ତି କାର୍ଯ୍ୟକ୍ରମରେ ଯୋଗଦେଇ ମହିଳା ଉଦ୍ୟୋଗୀମାନଙ୍କ ଲାଗି ୧୬୨୫ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଦିନଦୟାଲ ଆନ୍ତୋଦୟ ଯୋଜନା ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅନ୍ତର୍ଗତ କାର୍ଯ୍ୟ କରୁଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ସହିତ କଥାବାର୍ତ୍ତା କରିଥିଲେ।
ପ୍ରଧାନମନ୍ତ୍ରୀ କହିଛନ୍ତି, ମହିଳାମାନଙ୍କ ମଧ୍ୟରେ ଉଦ୍ୟୋଗର ପରିସର ବଢ଼ାଇବାକୁ ଦୃଷ୍ଟିରେ ରଖି ଆତ୍ମନିର୍ଭର ଭାରତ ସଂକଳ୍ପ ଅନ୍ତର୍ଗତ ଏହି ଆର୍ଥିକ ସହାୟତା ଘୋଷଣା କରାଯାଇଛି। ଖାଦ୍ୟ ପ୍ରକ୍ରିୟାକରଣ ସହ ଜଡିତ ଉଦ୍ୟୋଗ, ମହିଳା କୃଷକ ଉତ୍ପାଦକ ସଂଘ ଏବଂ ଅନ୍ୟାନ୍ୟ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ଏହି ସହାୟତା ଘୋଷଣା କରାଯାଇଛି।
ପ୍ରଧାନମନ୍ତ୍ରୀ କରୋନା ସଙ୍କଟ ସମୟରେ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ମାଧ୍ୟମରେ ଦେଶବାସୀଙ୍କୁ ଗୁରୁତ୍ୱପୂର୍ଣ୍ଣ ସେବା ଯୋଗାଇ ଦିଆଯାଇଛି। ମାସ୍କ ଏବଂ ସାନିଟାଇଜର୍‌ ପ୍ରସ୍ତୁତି, ଅସହାୟ ଲୋକଙ୍କୁ ଖାଦ୍ୟ ଯୋଗାଣ, ସଚେତନତା କାର୍ଯ୍ୟ, ସଚେତନତା କାର୍ଯ୍ୟକ୍ରମ ପ୍ରଭୃତିରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଉଦାହରଣ ସୃଷ୍ଟି କରିଛନ୍ତି। ପୂର୍ବରୁ ଦେଶର କୋଟି କୋଟି ମହିଳାଙ୍କର ବ୍ୟାଙ୍କ ଆକାଉଣ୍ଟ ନ ଥିଲା। ସେମାନେ ବ୍ୟାଙ୍କିଂ ସିଷ୍ଟମଠାରୁ ବହୁ ଦୂରରେ ଥିଲେ। ସେଥିପାଇଁ ଆମ ସରକାର ଜନ ଧନ ଖାତା ଖୋଲିବା ପାଇଁ ପ୍ରଥମେ ଏକ ବିଶାଳ ଅଭିଯାନ ଆରମ୍ଭ କରିଥିଲେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri