ଆଜି ଶ୍ରୀମନ୍ଦିରରେ ରକ୍ଷାବନ୍ଧନ

ପୁରୀ ଅଫିସ, ୧୨।୮: ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା ପଡୁଥିବାରୁ ଶ୍ରୀମନ୍ଦିରରେ ରକ୍ଷାବନ୍ଧନ ପର୍ବ ଶୁକ୍ରବାର ଅନୁଷ୍ଠିତ ହେବ। ଏଥିସହ ବଡଠାକୁର ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ୨ଟି ଲେଖାଏ ରାଖୀ ଏବଂ ୨ଟି ଲେଖାଏ ଗୁଆମାଳ ପରିଧାନ କରିବେ। ପାଟରା ବିଶୋଇ ସେବକ ମହାପ୍ରଭୁଙ୍କ ନିମନ୍ତେ ବାସୁଙ୍ଗା ପାଟରେ ରାଖୀ ଏବଂ ଗୁଆମାଳ ପ୍ରସ୍ତୁତ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ହଳଦିଆ ଓ ନାଲି ରଙ୍ଗର ଗୁଆମାଳ ଏବଂ ବଡ଼ଠାକୁର ବଳଭଦ୍ର ବାଇଗଣୀ ଓ ନୀଳ ରଙ୍ଗର ଗୁଆମାଳ ପରିଧାନ କରିବେ। ସ୍ବତ୍ୱଲିପି ଅନୁଯାୟୀ, ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଭୋଗମଣ୍ଡପ ସାରି ତିନିବାଡରେ ମଇଲମ ହୋଇ ମହାସ୍ନାନ ହେବ। ପରେ ତିନିବାଡରେ ପୂଜାପଣ୍ଡା, ପତିମହାପାତ୍ର ଏବଂ ମୁଦିରସ୍ତ ସର୍ବାଙ୍ଗ ନୀତି ସମ୍ପନ୍ନ କରିବା ପରେ ନୂଆଲୁଗା ଲାଗି ସହ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯାଇ ଦ୍ୱିପ୍ରହର ଧୂପବେଶ ବଢ଼ିବ। ଏହାପରେ ତିନିଖଣ୍ଡ ଆଜ୍ଞାମାଳ ଠାକୁରଙ୍କ ଦକ୍ଷିଣ ଗୋଟିଏ ଏବଂ ବାମ ଭୁଜରେ ଲାଗିବ। ପରେ ୪ଟି ରାଖୀ ଏବଂ ୪ଟି ଗୁଆମାଳକୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡ଼ ଠାକୁର ବଳଭଦ୍ରଙ୍କ ଶ୍ରୀହସ୍ତରେ ପୁଷ୍ପାଳକ ସେବକମାନେ ବାନ୍ଧିବେ। ଅପରପକ୍ଷେ ଗହ୍ମାପୂର୍ଣ୍ଣିମାରେ ବଡ଼ ଠାକୁର ବଳଭଦ୍ର ଜନ୍ମଗ୍ରହଣ କରିଥିବାରୁ ବଡ଼ଠାକୁରଙ୍କ ସମ୍ମୁଖରେ ସିଂହାସନ ତଳେ ଷଷ୍ଠୀ ମାର୍କଣ୍ଡି ଓ ବରୁଣ ପୂଜା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri