Posted inଜାତୀୟ

ଡ୍ରଗ୍ସ ମାମଲାରେ ବଲିଉଡ୍‌ ସୁନ୍ଦରୀଙ୍କୁ ଡାକରା

ନୂଆଦିଲ୍ଲୀ,୨୫।୮ : ବଲିଉଡ୍‌ ଅଭିନେତ୍ରୀ ରାକୁଲ ପ୍ରୀତ ସିଂ, ରାଣା ଡଗୁବତିଙ୍କ ବ୍ୟତୀତ ୧୦ ଜଣଙ୍କୁ ୪ ବର୍ଷ ପୁରୁଣା ଡ୍ରଗ୍ସ ମାମଲାରେ ପଚରାଉଚୁରା ପାଇଁ ଡକାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ରାକୁଲଙ୍କୁ ସେପ୍ଟେମ୍ବର ୬ରେ, ବାହୁବଳି ଆକ୍ଟର ଡଗୁବତିଙ୍କୁ ୮ରେ, ତେଲୁଗୁ ଆକ୍ଟର ରବି ତେଜାଙ୍କୁ ୯ରେ ଓ ନିର୍ଦ୍ଦେଶକ ପୁରୀ ଜଗନ୍ନାଥଙ୍କୁ ୩୧ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ତେବେ ଅଭିଯୁକ୍ତଙ୍କ ତାଲିକାରେ ଉପରୋକ୍ତ ଟଲିଉଡ୍‌ ଆକ୍ଟରଙ୍କ ନାମ ନାହିଁ।

ବେଆଇନ ଟଙ୍କା ନେଣଦେଣରେ ସେମାନଙ୍କ ସମ୍ପୃକ୍ତି ଅଛି କି ନାହିଁ, ଏବେ ଠୁ କୁହାଯାଇପାରିବ ନାହିଁ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

୨୦୧୭ରେ ତେଲେଙ୍ଗାନା ଏକ୍ସାଇଜ ଓ ନିଷେଧ ବିଭାଗ ୩୦ ଲକ୍ଷ ଟଙ୍କାର ଡ୍ରଗ୍ସ ଜବତ କରିଥିଲା। ଏ ସଂକ୍ରାନ୍ତରେ ରୁଜୁ ହୋଇଥିବା ୧୨ ମାମଲା ମଧ୍ୟରୁ ୧୧ଟି ମାମଲାରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଏହାପରେ ଏକ୍ସାଇଜ ବିଭାଗର ମାମଲା ଉପରେ ତଦନ୍ତ ଆରମ୍ଭ କରିଥିଲା ଇଡି। ଏପର୍ଯ୍ୟନ୍ତ ୩୦ ଜଣ ଗିରଫ ହୋଇସାରିଛନ୍ତି। ଅନ୍ୟ ୬୨ ଜଣଙ୍କୁ ତେଲେଙ୍ଗାନା ଏକ୍ସାଇଜ ବିଭାଗ ପଚରାଉଚୁରା କରିସାରିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଫିଲ୍ମ ଇଣ୍ଡଷ୍ଟ୍ରି ସହ ଜଡ଼ିତ ୧୧ ଜଣଙ୍କ ନାମ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri