ଲଜ୍ଜିତ ହେଲେ ରକୁଲ

ମୁମ୍ବାଇ: ବଲିଉଡ୍ ନାୟିକା ରକୁଲ ପ୍ରୀତ ସିଂ କିଛିଦିନ ହେବ ଚର୍ଚ୍ଚାରେ ରହି ଆସୁଛନ୍ତି । କିଛିଦିନ ପରେ ସେ ବଲିଉଡ୍ ଶେହେନଶାହା ଅମିତାଭ ବଚ୍ଚନ ଓ ଅଜୟ ଦେବଗନଙ୍କ ସହ ଏକ ଫିଲ୍ମରେ ନଜର ଆସିବେ । ଆଉ ଏହାକୁ ନେଇ ସେ ଖୁବ୍ ଏକ୍ସାଇଟେଡ ଥିବା ପୂର୍ବରୁ ସୋସିଆଲ ମିଡିଆରେ ଜଣାଇ ସାରିଛନ୍ତି । ‘ମେ ଡେ’ ଫିଲ୍ମରେ ସେ ଏହି ବଡ କଳାକାରଙ୍କ ସହ ନଜର ଆସୁଥିବାରୁ ନିଜକୁ ଭାଗ୍ୟବାନ ବୋଲି କହିଛନ୍ତି । ତେବେ ରକୁଲ ତାଙ୍କ ଫ୍ୟାଶନ ସେନ୍ସକୁ ନେଇ ବି ବେଳେ ବେଳେ ଆସିଯାଆନ୍ତି ଚର୍ଚ୍ଚାକୁ । ନିକଟରେ ତାଙ୍କର ଏମିତି ଏକ ଫ୍ୟାଶନ ଦେଖିବାକୁ ମିଳିଥିଲା ଯାହା ଏବେ ଚର୍ଚ୍ଚାର ପରିସରକୁ ଚାଲି ଆସିଛି । ସେ ଏକ ଲେମନ କଲର ଡ୍ରେସ୍ ସହ ଡେନିମ ଜ୍ୟାକେଟରେ ନଜର ଆସିଥିବା ବେଳେ ଖୁବ୍ ସୁନ୍ଦର ବି ଲାଗୁଥିଲେ । ହେଲେ ଡ୍ରେସଟି ଏତେ ଛୋଟ ଥିଲା ଯେ ସେ ଖବରଦାତାଙ୍କ ସହ କଥା ହେଉଥିବା ସମୟରେ ଏହା ଉଡିବାକୁ ଲାଗିଥିଲା । ଅବଶ୍ୟ ସେ କୌଣସି ପ୍ରକାରେ ଏହାକୁ ସମ୍ଭାଳି ନେଇଥିଲେ । ହେଲେ କ୍ୟାମେରା ଆଖିରୁ ସେ ବଞ୍ଚି ପାରି ନ ଥିଲେ । ଫଳରେ ତାଙ୍କୁ ଲଜ୍ଜିତ ହେବାକୁ ପଡିଥିଲା । ଏହାସହ ସେ ଯେଉଁ ପର୍ସ କ୍ୟାରି କରିଥିଲେ ତାହାବି ଆସି ଯାଇଛି ଚର୍ଚ୍ଚାକୁ । କାରଣ ଦାମ୍ ଶୁଣିଲେ ଲାଗିବ କି ଏହା କେବଳ ସେଲିବ୍ରିଟିମାନେ ବ୍ୟବହାର କରିପାରିବେ । ତେବେ ଏହାର ଦାମ୍ ପ୍ରାୟ ୮୦,୯୫୬ଟଙ୍କା ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?