ନୃତ୍ୟ ଗୋପାଳ କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ଯାଇପାରନ୍ତି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୩।୮: ଦେଶରେ କରୋନା ପଜିଟିଭ୍‌ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୨୪ ଲକ୍ଷରେ ପହଞ୍ଚିିଲାଣି। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏବେ ଏହା କବଳରେ। ଇତିମଧ୍ୟରେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଗୁରୁବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ନୃତ୍ୟ ଗୋପାଳଙ୍କୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହୋଇଥିଲା। ଏହାପରେ ଆଗ୍ରାର ସିଏମ୍‌ଓ ଓ ଡାକ୍ତର ପହଞ୍ଚି ତାଙ୍କର ଚିକିତ୍ସା କରିବା ସହ କରୋନା ପରୀକ୍ଷା କରାଇଥିଲେ। ତେବେ ରିପୋର୍ଟରେ ତାଙ୍କର କରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ବର୍ତ୍ତମାନେ ସେ ମଥୁରାରେ ଥିବା ବେଳେ ତାଙ୍କୁ ଗୁରୁଗ୍ରାମ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରିବାକୁ ପ୍ରସ୍ତୁତି କରାଯାଉଛି। ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହନ୍ତ ନୃତ୍ୟ ଗୋପାଳ, ତାଙ୍କ ସମର୍ଥକ ଓ ଜିଲାପାଳଙ୍କ ସହ କଥା ହୋଇ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଅନ୍ୟପଟେ ନୃତ୍ୟ ଗୋପାଳ କରୋନା ପଜିଟିଭ୍‌ ବାହାରିବା ପରେ ଚିନ୍ତା ବଢ଼ାଇଦେଇଛି। କାରଣ ଅଗଷ୍ଟ ୫ରେ ରାମ ମନ୍ଦିର ଭୂମିପୂଜନ ଓ ଶିଳାନ୍ୟାସ ସମୟରେ ସେ ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ମଞ୍ଚ ଉପରେ ରହିଥିଲେ। ତେବେ କୁହାଯାଉଛି ନୃତ୍ୟ ଗୋପାଳ ପଜିଟିଭ୍‌ ହେବା ପରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ କ୍ୱାରାଣ୍ଟାଇନ୍‌ରେ ଯାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri