Posted inଜାତୀୟ

ପ୍ରଥମ ଦିନ ରାମଲାଲାଙ୍କୁ ଦାନରେ ମିଳିଛି ୩ କୋଟି ୧୭ ଲକ୍ଷ ଟଙ୍କା, ଆଜିଠୁ ବଦଳିଲା ଦର୍ଶନ ସମୟ

ଅଯୋଧ୍ୟା,୨୫।୧: ଅଯୋଧ୍ୟାରେ ନବନିର୍ମିତ ରାମ ମନ୍ଦିରକୁ ଭକ୍ତମାନେ ମନଖୋଲି ଦାନ କରୁଛନ୍ତି। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାର ପ୍ରଥମ ଦିନ ଦେଶର କୋଣ ଅନୁକୋଣରୁ ଭକ୍ତମାନେ ୩ କୋଟି ୧୭ ଲକ୍ଷ ଟଙ୍କା ଦାନ ଦେଇ ଏକ ନୂଆ ରେକର୍ଡ କରିଛନ୍ତି। ପ୍ରତିଷ୍ଠା ଦିନ ୧୦ ଦାନ କାଉଣ୍ଟର ଖୋଲାଯାଇଥିଲା। ସେହିଭଳି ଅନ୍‌ଲାଇନ୍‌ରେ ବି ଅନେକ ଭକ୍ତ ଦାନ କରିଥିବା ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଟ୍ରଷ୍ଟିି ଅନିଲ ମିଶ୍ରା କହିଛନ୍ତି।

ତେବେ ଜାନୁଆରୀ ୨୨ରେ ଅଯୋଧ୍ୟାରେ ସାଧାରଣ ଲୋକଙ୍କ ଲାଗି ରାମଲାଲାଙ୍କ ଦର୍ଶନ ବନ୍ଦ ରହିଥିଲା। ପରଦିନ ଜାନୁଆରୀ ୨୩ରେ ଦର୍ଶନ ଆରମ୍ଭ ହେବା ମାତ୍ରେ ସେଠାରେ ଜନସମୁଦ୍ର ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ଦର୍ଶନର ନୂଆ ସମୟ ଜାରି କରାଯାଇଛି। ଗୁରୁବାରଠାରୁ ସକାଳ ୬ଟାରୁ ରାତି ୧୦ ଟା ଯାଏ ଦର୍ଶନ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri