Posted inଜାତୀୟ

ଅଯୋଧ୍ୟା ପୁଣି ହେବ ଭାଜପାର ‘ଗେମ ଚେଞ୍ଜର’!

ନୂଆଦିଲ୍ଲୀ,୩।୬: ପ୍ରାୟ ୪୦ ମାସ ମଧ୍ୟରେ, ୧୫ ଡିସେମ୍ବର ୨୦୨୩ରେ, ଅଯୋଧ୍ୟାରେ ନିର୍ମାଣ କରାଯାଉଥିବା ରାମ ମନ୍ଦିର ପ୍ରସ୍ତୁତି ଶେଷ ହେବ। ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିବେ। ଏହାର ରୂପରେଖ ପ୍ରସ୍ତୁତ ହେଉଛି।
ପ୍ରାଣ ପ୍ରତିଷ୍ଠା ବାହାନାରେ ରାମ ଜନ୍ମଭୂମୀ ଟ୍ରଷ୍ଟ ସମଗ୍ର ଦେଶରେ ୭ଦିନ ଉତ୍ସବ ପାଳନ କରିବା ବିଷୟରେ ଆଲୋଚନା କରିଛି .. ୨୦୨୪ର ମକର ସଂକ୍ରାନ୍ତି (ଜାନୁଆରୀ ୧୪) ପରେ ଏହି କାର୍ଯ୍ୟକ୍ରମ ଖୁବ ଶୀଘ୍ର ଅନୁଷ୍ଠିତ ହେବ ବୋଲି ଆଶା କରାଯାଉଛି।
ଏବେ ରାଜନୈତିକ ଆଲୋଚନା ହେଉଛି ଯେ ପ୍ରଧାନମନ୍ତ୍ରୀ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିବା ପୂର୍ବରୁ ସରଜୁ ନଦୀରେ ବୁଡ଼ ପକାଇ ପାରନ୍ତି। କାଶୀ କରିଡରର ଉଦଘାଟନ ପୂର୍ବରୁ ପ୍ରଧାନମନ୍ତ୍ରୀ ମଧ୍ୟ ଗଙ୍ଗାରେ ବି ବୁଡ଼ ପକାଇଥିଲେ।
ଧର୍ମ ବ୍ୟତୀତ ଏହି ଘଟଣାର ରାଜନୈତିକ ମହତ୍ତ୍ୱ ମଧ୍ୟ ବାହାର କରାଯାଉଛି। ଏହାର କାରଣ ହେଉଛି ଜନ୍ମଭୂମି ଆନ୍ଦୋଳନର ଇତିହାସ ଏବଂ ୨୦୨୪ ଲୋକ ସଭା ନିର୍ବାଚନ। ୧୯୯୦ ଦଶକରେ କେବଳ ରାମ ଜନ୍ମଭୂମୀ ଆନ୍ଦୋଳନ ମାଧ୍ୟମରେ ହିଁ ଦେଶର ରାଜନୀତିରେ ଭାଜପା ଏକ ଶକ୍ତିଶାଳୀ ପ୍ରବେଶ କରିଥିଲା। ଏସବୁ କାର୍ଯ୍ୟକ୍ରମକୁ ଦେଖି ଆଲୋଚନା କରାଯାଉଛି କି ଏଥର ଅଯୋଧ୍ୟା ଭାଜପା ପାଇଁ ‘ଗେମ ଚେଞ୍ଚର’ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri