Posted inଜାତୀୟ

ରାମଲଲାଙ୍କ ଦର୍ଶନ ପାଇଁ ଭିଡ ବେକାବୁ: ପୋଲିସର ଲାଠିଚାର୍ଜ, ଭକ୍ତ ଆହତ

ଅଯୋଧ୍ୟା,୨୩।୧: ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ମଙ୍ଗଳବାର ପ୍ରବଳ ଭିଡ ହୋଇଛି। ସ୍ଥିତି ଏଭଳି ହୋଇଥିଲା ଯେ, ପୋଲିସକୁ ଭିଡ଼ ନିୟନ୍ତ୍ରଣ କରିବା ପାଇଁ ମୃଦୁ ଲାଠିଚାର୍ଜ କରିବାକୁ ପଡ଼ିଥିଲା । ତଥାପି ସ୍ଥିତି ନିୟନ୍ତ୍ରଣକୁ ଆସି ପାରି ନ ଥିଲା । ପରେ ଘଟଣାସ୍ଥଳରେ କମିଶନର, ଆଇଜି ଏବଂ ଏଡିଜି ପହଞ୍ଚି ଲୋକଙ୍କୁ ଶାନ୍ତି ବଜାୟ ରଖିବାକୁ ଅପିଲ
କରିଥିଲେ। ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଅନ୍ୟ ଜିଲାରୁ ଅଯୋଧ୍ୟାକୁ ଯାଆସ କରୁଥିବା ସବୁ ଗାଡ଼ିକୁ ଅଟକାଯାଇଥିଲା ।

ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳେ ମନ୍ଦିର ଖୋଲିବା ମାତ୍ରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ସାଢ଼େ ୧୧ଟା ବେଳକୁ ଭିଡ଼ ଅତ୍ୟଧିକ ବଢ଼ି ଯାଇଥିଲା । ଦିନ ୨ଟା ବେଳକୁ
ସ୍ଥିତି ଅଣାୟତ୍ତ ହୋଇଯାଇଥିଲା । ଭିଡକୁ ନିୟନ୍ତ୍ରଣ କରିବାକୁ ଯାଇ ପୋଲିସକୁ ମୃଦୁ ଲାଠିଚାର୍ଜ କରିଥିଲା ।
ଲାଠିଚାର୍ଜବେଳେ ଠେଲାପେଲା ହୋଇ ଅନେକ ଲୋକ ତଳେ ପଡ଼ିଯାଇ ଆହତ
ହୋଇଛନ୍ତି। ତେବେ ଘଟଣାକୁ ନେଇ ମଣ୍ଡଳାୟୁକ୍ତ, ଆଇଜି, ଡିଆଇଜି ପହଞ୍ଚି ସ୍ଥିତି ପରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri