Posted inଜାତୀୟ

ରାମମନ୍ଦିର: ତମ୍ବା ରହିବ ହଜାରେ ବର୍ଷ

ନୂଆଦିଲ୍ଲୀ, ୨୧ା୮:ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି ଓ ଆଗାମୀ ୪୦ ମାସ ମଧ୍ୟରେ ଏକ ବିରାଟ ଭବ୍ୟ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଜଣେ ସଦସ୍ୟ କହିଛନ୍ତି। ନୂଆଦିଲ୍ଲୀରେ ଗୁରୁବାର ଟ୍ରଷ୍ଟର ବୈଠକ ବସି ରାମମନ୍ଦିର ନିର୍ମାଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଅଯୋଧ୍ୟା ମନ୍ଦିର କାର୍ଯ୍ୟରେ ସିବିଆର୍‌ଆଇ ରୁର୍କି, ଆଇଆଇଟି ମାଡ୍ରାସ, ନିର୍ମାଣ କମ୍ପାନୀ ଲାର୍ସନ ଆଣ୍ଡ ଟୁବ୍ରୋ(ଏଳ୍‌ ଆଣ୍ଡ ଟି)ର କର୍ମଚାରୀ ଲାଗିଛନ୍ତି ଓ ମନ୍ଦିର ପାର୍ଶ୍ୱ ମାଟି ପରୀକ୍ଷା ଜାରି ରଖିଛନ୍ତି। ଆଗାମୀ ୩୬ରୁ ୪୦ ମାସ ମଧ୍ୟରେ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ ହେବ ବୋଲି ଟ୍ରଷ୍ଟ ପକ୍ଷରୁ କୁହାଯାଇଛି।
ଭାରତର ପ୍ରାଚୀନ ପରମ୍ପରା ଓ କାରିଗରି କୌଶଳ ଅନୁଯାୟୀ ନିର୍ମାଣ କାର୍ଯ୍ୟ କରାଯିବ। ଝଡ଼, ଭୂକମ୍ପ ଓ ଅନ୍ୟ ପ୍ରାକୃତିକ ବିପର୍ଯ୍ୟୟରେ ମନ୍ଦିରର ଯେପରି କୌଣସି କ୍ଷତି ନ ହେବେ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଉଛି। ଏହି ଐତିହାସିକ ମନ୍ଦିରରେ କୌଣସି ଲୁହାର ବ୍ୟବହାର କରାଯିବ ନାହିଁ ବୋଲି ଟ୍ରଷ୍ଟ ପକ୍ଷରୁ ପ୍ରକାଶ କରାଯାଇଛି। ମନ୍ଦିର ଲାଗି ପଥରକୁ ଚାପି ରଖିବାକୁ ତମ୍ବା ପ୍ଲେଟ୍‌ ବ୍ୟବହାର କରାଯିବ। ପ୍ଲେଟ୍‌ଗୁଡ଼ିକ ୧୮ ଇଞ୍ଚ ଲମ୍ବ, ୩୦ ଏମ୍‌.ଏମ୍‌. ଚଉଡ଼ା ରହିବ। ଏଭଳି ୧୦ ହଜାର ପ୍ଲେଟ୍‌ ବ୍ୟବହାର କରାଯିବାର ସମ୍ଭାବନା ରହିଛି। ରାମଭକ୍ତମାନେ ଏଭଳି ତମ୍ବା ପ୍ଲେଟ୍‌ ଟ୍ରଷ୍ଟକୁ ଦାନ କରିବା ଲାଗି ଟୁଇଟ ଯୋଗେ ଅନୁରୋଧ କରାଯାଇଛି। ଏଥିସହ ମୁସଲମାନମାନେ ମଧ୍ୟ ତମ୍ବା ଦାନ କରିପାରିବେ ବୋଲି ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାଇ କହିଛନ୍ତି। ମନ୍ଦରକୁ ଏଭଳି ପ୍ରସ୍ତୁତ କରାଯିବ, ଯାହା ଫଳରେ ଏହା ହଜାରେ ବର୍ଷ ତିଷ୍ଠି ରହିପାରିବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri