ରାମ ମନ୍ଦିର ଉପରେ ନିର୍ମାଣ ହେବ ଡକ୍ୟୁମେଣ୍ଟାରୀ

ମୁମ୍ବାଇ: ମର୍ଯ୍ୟାଦା ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଅଯୋଧ୍ୟାରେ ମନ୍ଦିର ନିର୍ମାଣ ପାଇଁ ନାନା ସମସ୍ୟା ଉପୁଜିଛି । ଏ ସମ୍ପର୍କରେ ଦେଶବାସୀ ଅଳ୍ପ ବହୁତେ ଜାଣିଛନ୍ତି । ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ ସମସ୍ତେ ରାମମନ୍ଦିର ନିର୍ମାଣକୁ ନେଇ ସ୍ୱର ଉଠାଇଥିଲେ । ଆଉ ଏହାର ଫଳ ଆଜି ସାମ୍ନାକୁ ଆସିଛି । ଅଯୋଧ୍ୟାରେ ନିର୍ମାଣ କରାଯାଉଛି ରାମ ମନ୍ଦିର । ତେବେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ପରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣର ରାସ୍ତା ସଫା ହୋଇଯାଇଥିଲା । ଗଣମାଧ୍ୟମରେ ଏବେ ଏହି ରାମ ମନ୍ଦିରକୁ ନେଇ ଆସିଛି ଏକ ଖୁସି ଖବର । ଖବରଟି ହେଲା ଏବେ ବଡ ପରଦାରେ ଦେଖାଇବାକୁ ପ୍ରସ୍ତୁତ ହେଲେଣି ଫିଲ୍ମ ନିର୍ମାତା । ଏହା ଏକ ଡକ୍ୟୁମେଣ୍ଟରୀ ଫିଲ୍ମ ହୋଇଥିବା ବେଳ ଏଥିରେ ରାମ ମନ୍ଦିର ନିର୍ମାଣ ପୂର୍ବର ସଂଘର୍ଷ ଓ ବଳିଦାନକୁ ଦେଖିବାକୁ ମିଳିବ ।
ନିକଟରେ ମିଳିଥିବା ସୂଚନା ଅନୁଯାୟୀ, ରାମ ମନ୍ଦିର ଆନ୍ଦୋଳନକୁ ନେଇ ଡକ୍ୟୁମେଣ୍ଟାରୀ ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏହାଦ୍ୱାରା ରାମ ମନ୍ଦିର ନିର୍ମାଣର ସମ୍ପୂର୍ଣ୍ଣ ଆନ୍ଦୋଳନକୁ ସାଧାରଣ ଜନତାଙ୍କ ନିକଟରେ ପହଞ୍ଚାଇ ହେବ । ତେବେ ଏହି ଡକ୍ୟୁମେଣ୍ଟାରୀରେ ଅନ୍ଦୋଳନର ସମସ୍ତ ମହତ୍ୱପୂର୍ଣ୍ଣ ଘଟଣାକୁ ସ୍ଥାନିତ କରିବାକୁ ପ୍ରୟାସ କରାଯିବ । ଯାହା ଜରିଆରେ ରାମ ମନ୍ଦିର ନିର୍ମାଣ ପାଇଁ ହୋଇଥିବା ସଂଘର୍ଷର କାହାଣୀ ପରପିଢି ନିକଟରେ ସହଜରେ ପହଞ୍ଚିପାରିବ ।
ଡକ୍ୟୁମେଣ୍ଟାରୀ ଫିଲ୍ମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରହିବେ ବୋଲି ଜଣାପଡିଛି । ଏଥିରେ ୧୫୨୮ ମସିହାରୁ ଏପର୍ଯ୍ୟନ୍ତ ରାମ ମନ୍ଦିର ନିର୍ମାଣ ପର୍ଯ୍ୟନ୍ତ ସମସ୍ତ ତଥ୍ୟକୁ ସ୍ଥାନିତ କରାଯିବାକୁ ପ୍ରୟାସ କରାଯିବ । ଏମିତି ଏକ ଡକ୍ୟୁମେଣ୍ଟାରୀ କଥା ଶୁଣି ଦର୍ଶକେ ଖୁସି ପ୍ରକାଶ କରିଛନ୍ତି । ଖୁବଶୀଘ୍ର ଦର୍ଶକେ ଏହାକୁ ଦେଖିବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ତେବେ ପ୍ରସାର ଭାରତି ପକ୍ଷରୁ ଫିଲ୍ମ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ଗଲାଣି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri