Posted inଜାତୀୟ

ଆଜିଠାରୁ ଆରମ୍ଭ ହେବ ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂଜାବିଧି: ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ବିଷୟରେ ଜାଣନ୍ତୁ

ଅଯୋଧ୍ୟା,୧୬।୧: ଭବ୍ୟ ରାମମନ୍ଦିରରେ ରାମଲାଲାଙ୍କୁ ପ୍ରାଣ ପ୍ରତିଷ୍ଠା ରୀତିନୀତି ଆଜିଠାରୁ ଆରମ୍ଭ ହୋଇ ଜାନୁୟାରୀ ୨୧ ପର୍ଯ୍ୟନ୍ତ ଚାଲିବ। ଜାନୁଆରୀ ୧୮ରେ ଗର୍ଭଗୃହରେ ରାମଲାଲାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଗତ ୭୦ ବର୍ଷ ଧରି ପୂଜାପାଠ କରୁଥିବା ବର୍ତ୍ତମାନର ପ୍ରତିମାକୁ ମଧ୍ୟ ନୂତନ ମନ୍ଦିରର ଗର୍ଭଗୃହରେ ରଖାଯିବ। ମନ୍ଦିର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଏହା କହିଛନ୍ତି।
ଚମ୍ପତ ରାୟ କହିଛନ୍ତି, ଜାନୁଆରୀ ୨୨ରେ ପ୍ରତିଷ୍ଠା ହେବ। ମୁଖ୍ୟ ରୀତିନୀତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଦିନ ୧୨:୨୦ରେ ଆରମ୍ଭ ହେବ। ଏହି ପୂଜା ପ୍ରାୟ ୪୦ ମିନିଟ ପର୍ଯ୍ୟନ୍ତ ଚାଲିବ। ଏହା ପରେ ପିଏମ ମୋଦି, ସିଏମ ଯୋଗୀ, ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ ପ୍ରାୟ ୭୫ ମିନିଟ ପାଇଁ ବାର୍ତ୍ତା ଦେବେ। ଏହି ସମାରୋହ ପାଇଁ ଅତିଥିମାନଙ୍କୁ ସକାଳ ୧୦.୩୦ ସୁଦ୍ଧା ରାମଜନ୍ମଭୂମି କମ୍ପ୍ଲେକ୍ସରେ ପ୍ରବେଶ କରିବାକୁ ପଡିବ। ମନ୍ଦିର ପରିସରରେ ଆଠ ହଜାର ଚେୟାର ଲଗାଯାଉଛି।

୧୬ ଜାନୁଆରୀ- ପ୍ରାୟଶ୍ଚିତ, କର୍ମକୁଟି ପୂଜା
୧୭ ଜାନୁଆରୀ- ପରିସରରେ ମୂର୍ତ୍ତିର ପ୍ରବେଶ
୧୮ ଜାନୁଆରୀ – ତୀର୍ଥପୂଜନ ଏବଂ ଜଳଯାତ୍ରା, ଜଳାଧିବାସ ଏବଂ ଗନ୍ଧାଭିବାସ
୧୯ ଜାନୁଆରୀ-ଔଷଧାଧିବାସ, କେଶରାଧିବାସ, ଘୃତାଧିବାସ ଏବଂ ଧ୍ୟାନାଧିବାସ
୨୦ ଜାନୁଆରୀ- ଶର୍କରାଧିବାସ,, ଫଳାଧିବାସ, ପୁଷ୍ପାଧିବାସ
୨୧ ଜାନୁଆରୀ – ମଧ୍ୟାଧିବାସ, ଶଯ୍ୟାଧିବାସ


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?