ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ ରାମ ମେହେରଙ୍କୁ ଭାରତର ସର୍ବୋଚ୍ଚ ହସ୍ତତନ୍ତ ସମ୍ମାନ ମଧ୍ୟରୁ ଅନ୍ୟତମ ‘ସନ୍ଥ କବୀର ହସ୍ତତନ୍ତ ପୁରସ୍କାର-୨୦୨୫’ ପ୍ରଦାନ କରାଯାଇଛି। ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ ଜାତୀୟ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ରାମ ମେହେର ଦୀର୍ଘ ୫୫ ବର୍ଷ ଧରି ପାରମ୍ପରିକ ହସ୍ତତନ୍ତ ଓ ବାନ୍ଧ କଳାର ବିକାଶ ଓ ସଂରକ୍ଷଣ ପାଇଁ ନିରନ୍ତର କାର୍ଯ୍ୟ କରିଆସୁଛନ୍ତି। ତାଙ୍କ ନିଷ୍ଠା, କାରିଗରି ଏବଂ ସୃଜନଶୀଳତା ତାଙ୍କୁ ଜାତୀୟ ସ୍ତରରେ ସ୍ବତନ୍ତ୍ର ପରିଚୟ ଦେଇଛି। ଚଳିତ ବର୍ଷ ସେ ତାଙ୍କର ନିଆରା ‘ବିଚିତପର ଖଡ଼ି ଶାଢ଼ୀ’ ପାଇଁ ଏହି ସମ୍ମାନ ଲାଭ କରିଛନ୍ତି। ୧୯ ଡିସେମ୍ବର ୧୯୫୪ରେ ଝିଲିମିଣ୍ଡା ଗ୍ରାମରେ ମାତା ମୁଲକିଦେଇ ମେହେର ଓ ପିତା ଅଭିମନ୍ୟୁ ମେହେରଙ୍କ ପୁତ୍ର ରାମ ମେହେର ମାତ୍ର ୧୨ ବର୍ଷ ବୟସରୁ ପାରିବାରିକ କୌଳିକ ବୃତ୍ତି ଭାବେ ସମ୍ବଲପୁରୀ ଶାଢ଼ୀ ବୁଣିବା ଆରମ୍ଭ କରିଥିଲେ। ୧୯୯୨ ମସିହାରେ ସେ ଜାତୀୟ ସ୍ତରରେ ପୁରସ୍କୃତ ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ…

ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍‌ ବାର୍ଥ ଟ୍ୟୁରିଜମ୍‌ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ…

ଭାଜପା-ଏସ୍‌ଏଡି ମେଣ୍ଟ ଚର୍ଚ୍ଚା

ନୂଆଦିଲ୍ଲୀ,୮ା୮: ଶିରୋମଣି ଅକାଳୀ ଦଳ (ଏସ୍‌ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିବାରୁ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ…

ଲଗାଣ ବର୍ଷାରେ କ୍ଷୟକ୍ଷତି ଆକଳନରେ ବିଳମ୍ବ

ଅମରପାଲି,୮ା୮(ପୀତାମ୍ବର ସାହୁ): ଜୁନରେ ଅନାବୃଷ୍ଟି ଏବଂ ଜୁଲାଇରେ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ଚାଷୀଙ୍କ ପାଇଁ ଦ୍ୱିମୁଖୀ ବିପର୍ଯ୍ୟୟ ସୃଷ୍ଟି କରିଛି। ଧାନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri