ସାଇକେଲରେ ୩ ଦେଶ ବୁଲିଲେଣି ରାମ ପ୍ରସାଦ

ଭୁବନେଶ୍ୱର,୧୬।୬(ଅଭିଜିତ ଦାସ): ଜଳବାୟୁ ପରିବର୍ତ୍ତନ ଓ ପରିବେଶ ପ୍ରଦୂଷଣ ଏବେ ବିଶ୍ୱ ସମସ୍ୟା ପାଲଟିଛି। ଏଥିପାଇଁ ଗୋଟିକ ପରେ ଗୋଟିଏ ପ୍ରାକୃତିକ ବିପର୍ଯ୍ୟୟ ମାଡ଼ି ଆସୁଛି। ଏହି ବିପଦରୁ ରକ୍ଷା ପାଇବା ପାଇଁ ‘ପ୍ରଦୂଷଣମୁକ୍ତ ବିଶ୍ୱ ଓ ଜୀବନ ରକ୍ଷା’ ବାର୍ତ୍ତା ନେଇ ସାଇକେଲରେ ଦେଶ ଦେଶ ବୁଲି ସଚେତନ କରୁଛନ୍ତି ପଶ୍ଚିମବଙ୍ଗର ୪୫ବର୍ଷୀୟ ରାମପ୍ରସାଦ ନାସ୍କର। ପଶ୍ଚିମବଙ୍ଗରୁ ୨୫ଦିନର ସାଇକେଲ ଯାତ୍ରା ପରେ ଗୁରୁବାର ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ୩ ଦେଶ ବୁଲିସାରିଥିବା ରାମ ପ୍ରସାଦ ପେଶାରେ ସରକାରୀ ସ୍କୁଲର ଭୂଗୋଳ ଶିକ୍ଷକ। ବିଦ୍ୟାଳୟରେ ପାଠପଢ଼ାଇବା ସମୟରେ ପୃଥିବୀର ଭୌଗୋଳିକ ପରିବର୍ତ୍ତନକୁ ନେଇ ପିଲାଙ୍କୁ ଜଣାଇବା ସହ ପରିବେଶ ସନ୍ତୁଳନ ରକ୍ଷା ପାଇଁ ଉତ୍ସାହିତ କରିଥାନ୍ତି। ଏଥିସହ ସମୟ ମିଳିଲେ ଲୋକଙ୍କୁ ସଚେତନ କରିଥାନ୍ତି। ନିଜ ଭଳି ସାଇକେଲ ଚଲାଇବାକୁ ଅନ୍ୟମାନଙ୍କୁ ମଧ୍ୟ ପ୍ରବର୍ତ୍ତାଇଥାନ୍ତି। ୨୦୧୩ରେ ପ୍ରଥମେ ସାଇକେଲ ଚଳାଇ ଭାରତର ସମସ୍ତ ରାଜ୍ୟରେ ପରିବେଶ ସୁରକ୍ଷା ସଚେତନତା ବାର୍ତ୍ତା ଦେଇଥିଲେ। ୬ ମାସରେ ଭାରତ ଭ୍ରମଣ ପରେ ୨୦୧୭ ରେ ସେ ବାଂଲାଦେଶ ଯାତ୍ରା କରିଥିଲେ। ୨୦୨୧ରେ ୮୦ ଦିନ ଧରି ନେପାଳରେ ସଚେତନତା ବାର୍ତ୍ତା ବାଣ୍ଟି ପଶ୍ଚିମବଙ୍ଗ ଫେରିଥିଲେ। ଦିନକୁ ସେ ୧୩୦ କିମି ଯାତ୍ରା କରନ୍ତି। ସକାଳ ୬ଟାରୁ ସନ୍ଧ୍ୟା ୬ ଟା ଯାଏ ସାଇକେଲ ଚଲାନ୍ତି। ରାମ ପ୍ରସାଦଙ୍କ କହିବା ଅନୁଯାୟୀ, ବର୍ତ୍ତମାନ ପୃଥିବୀରେ ଜଳବାୟୁ ପରିବର୍ତ୍ତନ ସହ ଦିନକୁ ଦିନ ଭୂତଳ ଜଳ ସ୍ତର କମିବାରେ ଲାଗିଛି। ବାରମ୍ବାର ପ୍ଲାଷ୍ଟିକ୍‌ ବ୍ୟବହାର ଉପରେ କଟକଣା ଲଗାଯାଉଥିଲେ ମଧ୍ୟ ଲୋକେ ସଚେତନ ହେଉନାହାନ୍ତି। ସୌର ଶକ୍ତି ଥିବା ସତ୍ତ୍ୱେ ମଧ୍ୟ ବ୍ୟବହାର କରିବାକୁ ରାଜି ନାହାନ୍ତି। ତେବେ ଗାଡିମୋଟର ବ୍ୟବହାର କମାଇବାକୁ ସେ ସାଇକେଲ ଧରି ଲୋକଙ୍କ ମଧ୍ୟରେ ଏପରି ପରିବେଶ ସୁରକ୍ଷାର ବାର୍ତ୍ତା ଜାରି ରଖିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri