ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି ହୋଇଥିବା ଜଣାପଡିଛି। ତେବେ ବିଳମ୍ବିତ ରାତିରେ କିଛି ଅଜଣା ଦୁର୍ବୃତ୍ତମାନେ ହୁଣ୍ଡି ଭାଙ୍ଗି ଚୋରି କରିଥିବା ମନ୍ଦିର ପୂଜକ ଅଭିଯୋଗ କରିଛନ୍ତି। ସିସିଟିଭି କ୍ୟାମେରା ଥାଇ ମଧ୍ୟ ଅଚଳାବସ୍ଥାରେ ପଡ଼ିଥିବା ବେଳେ ଏହି ଘଟଣା କେତେ ବେଳେ ଘଟିଛି ତାହା ଅନୁମାନ କରାଯାଇ ପାରୁନାହିଁ। ପୂଜକ ସଦାଶିବ ମିଶ୍ରଙ୍କ କହିବା ଅନୁଯାୟୀ ମନ୍ଦିର ହୁଣ୍ଡି ପ୍ରାୟ ୧୧ ମାସ ଯାଏ ଖୋଲା ଯାଇନଥିଲା। ନିକଟ ଅତୀତରେ ଶ୍ରୀରାମ ନବମୀ ପାଳନ କରାଯାଇଥିଲା ଯେଉଁଥିରେ ଅନେକ ଶ୍ରଦ୍ଧାଳୁ ଦାନ କରିଥିବା ବେଳେ ଏକ ଲକ୍ଷରୁ ଅଧିକ ଟଙ୍କା ହୁଣ୍ଡିରେ ଥିବା ପୂଜକ ଆଶଙ୍କା କରିଛନ୍ତି । ସୂଚନା ପାଇ ପୋଲିସ ଆସି ତଦନ୍ତ ଆରମ୍ଭ କରିଛି।

ସୂଚନା ଥାଉ କି ଗତ ମେ ମାସ ୬ ତାରିଖରେ ଛତ୍ରପୁର କୁମାରବେଗପଲ୍ଲୀ ସ୍ଥିତ ହନୁମାନ ମନ୍ଦିରରୁ କିଛି ଦୁର୍ବୃତ୍ତ ୫୦ ଲକ୍ଷରୁ ଅଧିକ ସୁନା, ରୂପା ଗହଣା ଏବଂ ଟଙ୍କା ଚୋରି କରିଥିଲେ। ଆଉ ଏହି ମନ୍ଦିର ଯାହା ଜନଗହଳିପୂର୍ଣ୍ଣ ଷ୍ଟେଶନର ଅତି ନିକଟରୁ ଚୋରି ହୋଇଥିବା ପୋଲିସ ପାଇଁ ଏକ ବଡ଼ ଧରଣର ଚ୍ୟାଲେଞ୍ଜ ପଲଟିଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

୨୭ରେ ‘କଣ୍ଟା ଗାଦିଆ’ ବସା, ୧ରେ ନୂତନ କାଳିସୀଙ୍କ ଅଗ୍ନିପରୀକ୍ଷା: ବାଲିଯାତ୍ରା ଏବେ ଉତ୍ସବମୁଖର

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଶ୍ରୀ ଶ୍ରୀ ଇଷ୍ଟଦେବୀ ମା’ ମାଣିକେଶ୍ୱରୀ ଓ ବାବା ଭୈରବ ଦେବଙ୍କ ପବିତ୍ର…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?