୨୧ ବର୍ଷ ପରେ ଖୋଲିଲା ରାମ ମନ୍ଦିର

ମାଲକାନଗିରି, ୧୫ା୪(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ଭୟରେ ଦୀର୍ଘ ୨୧ ବର୍ଷ ଧରି ବନ୍ଦଥିବା ଶ୍ରୀରାମ ମନ୍ଦିର ପୁନଃ ଖୋଲିବା ସହ ପୂଜା କରିଛନ୍ତି ସିଆରପିଏଫ ଯବାନ। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମାରେ। ସୀମାନ୍ତ ସୁକୁମା ଜିଲା ଘଞ୍ଚ ଜଙ୍ଗଲ ଭିତରେ ଥିବା ଲଖାପାଲ ଓ କେରଲାପେନ୍ଦା ଗଁାରେ ୭୪ ବାଟାଲିଅନ ସିଆରପିଏଫ କ୍ୟାମ୍ପ ପ୍ରତିଷ୍ଠା ହେବା ପରେ ବନ୍ଦ ହୋଇ ରହିଥିବା ରାମ ମନ୍ଦିର କବାଟ ଖୋଲିଛନ୍ତି ସୁରକ୍ଷା କର୍ମୀ। ମନ୍ଦିରର ଚାରି ପାଖ ଜଙ୍ଗଲ ସଫା କରିବା ପରେ ସିଆରପିଏଫ ବାହିନୀ ସେଠାରେ ରବିବାର ପଣା ସଂକ୍ରାନ୍ତି ପାଳନ କରିବା ସହ ଦୀର୍ଘ ୨୧ ବର୍ଷ ପରେ ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ପୂଜାର୍ଚ୍ଚନା କରାଯାଇଛି, ଯାହାକୁ ନେଇ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି।
ଯେମିତି ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ଶେଷକରିବା ପାଇଁ ଦୀର୍ଘ ବର୍ଷ ଅପେକ୍ଷା କରିବାକୁ ପଡିଲା, ଠିକ୍‌ ସେମିତି ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲାରେ ଆଉ ଏକ ରାମ ମନ୍ଦିରର କବାଟ ଖୋଲିବା ଲାଗି ସ୍ଥାନୀୟ ଆଦିବାସୀଙ୍କୁ ଦୀର୍ଘ ୨୧ବର୍ଷ ଅପେକ୍ଷା କରିବାକୁ ପଡିଲା। ଗତ ୨୧ ବର୍ଷତଳେ ଅର୍ଥାତ୍‌ ୨୦୦୩ରେ ଲାଲ୍‌ ଗଡ ଭାବେ ପରିଚିତ ସୁକୁମା ଜିଲାରେ ମାଓବାଦୀମାନେ ନିଜର ପତିଆରା ଦେଖାଇବା ସହ ବନ୍ଦକରି ଦେଇଥିଲେ ସେଠାରେ ଥିବା ପ୍ରାଚୀନ ଶ୍ରୀରାମ ମନ୍ଦିରର ପୂଜା ପାଠ ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri