ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ପୁରସ୍କାର

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀର ୨୮ତମ ପୁରସ୍କାର ବିତରଣ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ କଥାଶିଳ୍ପୀ ତଥା ସାରସ୍ବତ ସାଧକ ଡ. ରାମଚନ୍ଦ୍ର ବେହେରାଙ୍କୁ ଏକାଡେମୀର ସର୍ବୋଚ୍ଚ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ପ୍ରଦାନ କରାଯାଇଛି। ସ୍ଥାନୀୟ ସଂସ୍କୃତି ଭବନଠାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ଡ. ବେହେରାଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ପୁରସ୍କାର ସ୍ବରୂପ ତାଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ ସହ ୫ ଲକ୍ଷ ଟଙ୍କାର ଚେକ୍‌ ମିଳିଛି। ଏଥିସହିତ ସାରସ୍ବତ ସାଧନା ଓ ଓଡ଼ିଆ ବାଣୀଭଣ୍ଡାରକୁ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ୧୫ଜଣ ବୟୋଜ୍ୟେଷ୍ଠ ସାରସ୍ବତ ସାଧକ/ସାଧିକାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଛି। ସମସ୍ତଙ୍କୁ ମାନପତ୍ର, ଉପଢୌକନ ଓ ୧ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ପ୍ରଦାନ କରାଯାଇଛି। ସମ୍ବର୍ଦ୍ଧିତ ସାରସ୍ବତ ବ୍ୟକ୍ତିତ୍ୱମାନେ ହେଲେ ରାସେଶ୍ୱରୀ ମିଶ୍ର, ମହେଶ୍ୱର ମୂଳିଆ, ଡ. ଜୀବନକୃଷ୍ଣ ମହାପାତ୍ର, ନିର୍ମଳପ୍ରଭା ନାୟକ, ରାଧାବିନୋଦ ନାୟକ, ଡ. କୃପାସିନ୍ଧୁ ନାୟକ, ଡ. ସ୍ବରାଜ୍ୟ ଲକ୍ଷ୍ମୀ ମିଶ୍ର, ବାଇଧର ସାହୁ, ଡ. ଦିଗରାଜ ବ୍ରହ୍ମା, ବାବାଜୀ ଚରଣ ପଟ୍ଟନାୟକ, ଗିରିଜା ଶଙ୍କର ଶର୍ମା, ସୌଭାଗିନୀ ମିଶ୍ର, ଦେବେନ୍ଦ୍ର କୁମାର ଦାଶ, ଅଶୋକ କୁମାର ପଟ୍ଟନାୟକ ଓ ଡ. ରୁଦ୍ର ନାରାୟଣ ପୃଷ୍ଟି। ଏକାଡେମୀ ସଭାପତି ବିଶିଷ୍ଟ କବି ଡ. ହୃଷୀକେଶ ମଲ୍ଲିକ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବାବେଳେ ସମ୍ମାନିତ ଅତିଥି ଭାବେ ବିଭାଗୀୟ ଶାସନ ସଚିବ ସୁରେଶ ଚନ୍ଦ୍ର ଦଳାଇ ଓ ଅତିରିକ୍ତ ଶାସନ ସଚିବ ତଥା ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇ ସାହିତ୍ୟ ସାଧକମାନେ ପାଠକ ସୃଷ୍ଟି ଦିଗରେ ଲେଖନୀ ଚାଳନା କରିବାକୁ ଗୁରୁତ୍ୱାରାପ କରିଥିଲେ। ଅତିବଡ଼ୀ ପୁରସ୍କାର ପାଇବା ପରେ ଡ. ବେହେରା ଜୀବନକୁ ଶାଶ୍ୱତ ଓ ଅମୃତମୟ ବୋଲି ଉଲ୍ଲେଖ କରିବା ସହିତ ଲେଖକୀୟ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ। କୋଭିଡ୍‌ କଟକଣା ସତ୍ତ୍ବେ ସଂସ୍କୃତି ବିଭାଗ କଳାକାର, ଶିଳ୍ପୀ, ସାହିତି୍ୟକଙ୍କୁ ଉତ୍ସାହିତ ଓ ସମ୍ବର୍ଦ୍ଧିତ କରିବାରେ ନିରନ୍ତର ଭାବେ ପ୍ରୟାସ କରିଆସୁଛି ବୋଲି ମନ୍ତ୍ରୀ ପାଣିଗ୍ରାହୀ କହିଥିଲେ। ଏକାଡେମୀ ସଚିବ ପ୍ରବୋଧ କୁମାର ରାଉତ ସ୍ବାଗତ ଭାଷଣ ଓ ଉପସଭାପତି ଡ. ସଂଗ୍ରାମ ଜେନା ଧନ୍ୟବାଦ ଦେଇଥିଲେ।
ଏହି ଉପଲକ୍ଷେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ରାଜ୍ୟବ୍ୟାପୀ ପ୍ରବନ୍ଧ, ବକ୍ତୃତା, ସାହିତ୍ୟ ସମ୍ବନ୍ଧୀୟ ସାଧାରଣ ଜ୍ଞାନ ଓ କବିତା ଆବୃତ୍ତି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ ୧,୧୮୬ ଜଣ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। କୃତୀ ପ୍ରତିଯୋଗୀଙ୍କୁ ଜିଲାପାଳଙ୍କ ଜରିଆରେ ପୁରସ୍କୃତ କରାଯିବ ବୋଲି ଏକାଡେମୀ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri