ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ପୁରସ୍କାର

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀର ୨୮ତମ ପୁରସ୍କାର ବିତରଣ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ କଥାଶିଳ୍ପୀ ତଥା ସାରସ୍ବତ ସାଧକ ଡ. ରାମଚନ୍ଦ୍ର ବେହେରାଙ୍କୁ ଏକାଡେମୀର ସର୍ବୋଚ୍ଚ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ପ୍ରଦାନ କରାଯାଇଛି। ସ୍ଥାନୀୟ ସଂସ୍କୃତି ଭବନଠାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ଡ. ବେହେରାଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ପୁରସ୍କାର ସ୍ବରୂପ ତାଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ ସହ ୫ ଲକ୍ଷ ଟଙ୍କାର ଚେକ୍‌ ମିଳିଛି। ଏଥିସହିତ ସାରସ୍ବତ ସାଧନା ଓ ଓଡ଼ିଆ ବାଣୀଭଣ୍ଡାରକୁ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ୧୫ଜଣ ବୟୋଜ୍ୟେଷ୍ଠ ସାରସ୍ବତ ସାଧକ/ସାଧିକାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଛି। ସମସ୍ତଙ୍କୁ ମାନପତ୍ର, ଉପଢୌକନ ଓ ୧ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ପ୍ରଦାନ କରାଯାଇଛି। ସମ୍ବର୍ଦ୍ଧିତ ସାରସ୍ବତ ବ୍ୟକ୍ତିତ୍ୱମାନେ ହେଲେ ରାସେଶ୍ୱରୀ ମିଶ୍ର, ମହେଶ୍ୱର ମୂଳିଆ, ଡ. ଜୀବନକୃଷ୍ଣ ମହାପାତ୍ର, ନିର୍ମଳପ୍ରଭା ନାୟକ, ରାଧାବିନୋଦ ନାୟକ, ଡ. କୃପାସିନ୍ଧୁ ନାୟକ, ଡ. ସ୍ବରାଜ୍ୟ ଲକ୍ଷ୍ମୀ ମିଶ୍ର, ବାଇଧର ସାହୁ, ଡ. ଦିଗରାଜ ବ୍ରହ୍ମା, ବାବାଜୀ ଚରଣ ପଟ୍ଟନାୟକ, ଗିରିଜା ଶଙ୍କର ଶର୍ମା, ସୌଭାଗିନୀ ମିଶ୍ର, ଦେବେନ୍ଦ୍ର କୁମାର ଦାଶ, ଅଶୋକ କୁମାର ପଟ୍ଟନାୟକ ଓ ଡ. ରୁଦ୍ର ନାରାୟଣ ପୃଷ୍ଟି। ଏକାଡେମୀ ସଭାପତି ବିଶିଷ୍ଟ କବି ଡ. ହୃଷୀକେଶ ମଲ୍ଲିକ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବାବେଳେ ସମ୍ମାନିତ ଅତିଥି ଭାବେ ବିଭାଗୀୟ ଶାସନ ସଚିବ ସୁରେଶ ଚନ୍ଦ୍ର ଦଳାଇ ଓ ଅତିରିକ୍ତ ଶାସନ ସଚିବ ତଥା ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇ ସାହିତ୍ୟ ସାଧକମାନେ ପାଠକ ସୃଷ୍ଟି ଦିଗରେ ଲେଖନୀ ଚାଳନା କରିବାକୁ ଗୁରୁତ୍ୱାରାପ କରିଥିଲେ। ଅତିବଡ଼ୀ ପୁରସ୍କାର ପାଇବା ପରେ ଡ. ବେହେରା ଜୀବନକୁ ଶାଶ୍ୱତ ଓ ଅମୃତମୟ ବୋଲି ଉଲ୍ଲେଖ କରିବା ସହିତ ଲେଖକୀୟ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ। କୋଭିଡ୍‌ କଟକଣା ସତ୍ତ୍ବେ ସଂସ୍କୃତି ବିଭାଗ କଳାକାର, ଶିଳ୍ପୀ, ସାହିତି୍ୟକଙ୍କୁ ଉତ୍ସାହିତ ଓ ସମ୍ବର୍ଦ୍ଧିତ କରିବାରେ ନିରନ୍ତର ଭାବେ ପ୍ରୟାସ କରିଆସୁଛି ବୋଲି ମନ୍ତ୍ରୀ ପାଣିଗ୍ରାହୀ କହିଥିଲେ। ଏକାଡେମୀ ସଚିବ ପ୍ରବୋଧ କୁମାର ରାଉତ ସ୍ବାଗତ ଭାଷଣ ଓ ଉପସଭାପତି ଡ. ସଂଗ୍ରାମ ଜେନା ଧନ୍ୟବାଦ ଦେଇଥିଲେ।
ଏହି ଉପଲକ୍ଷେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ରାଜ୍ୟବ୍ୟାପୀ ପ୍ରବନ୍ଧ, ବକ୍ତୃତା, ସାହିତ୍ୟ ସମ୍ବନ୍ଧୀୟ ସାଧାରଣ ଜ୍ଞାନ ଓ କବିତା ଆବୃତ୍ତି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ ୧,୧୮୬ ଜଣ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। କୃତୀ ପ୍ରତିଯୋଗୀଙ୍କୁ ଜିଲାପାଳଙ୍କ ଜରିଆରେ ପୁରସ୍କୃତ କରାଯିବ ବୋଲି ଏକାଡେମୀ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri