ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ ସିଟ୍‌ ବିଧାନ ସଭାରେ ପରିବର୍ତ୍ତନ କରିବା ପାଇଁ। ସେମାନଙ୍କୁ ଦଳ ନିଲମ୍ବନ କରିଥିବାରୁ ଗୃହରେ ସିଟ୍‌ ବଦଳାଯାଉ। ସେମାନଙ୍କ ବିରୋଧରେ ଦଳ-ବଦଳ ବିରୋଧୀ ଆଇନ ଲାଗୁ କରାଯାଉ ବୋଲି କାଡ଼ାମ କହିଛନ୍ତି।

ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। ଏବେ କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। ଆଇନ(ସିଡ୍ୟୁଲ-୧୦) ଅନୁଯାୟୀ, ସମ୍ପୃକ୍ତ ତିନିଜଣଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟ ସଭା ନିର୍ବାଚନକୁ ନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ଏଥର ଅଧିକ ତତ୍ପରତା ପ୍ରକାଶ ପାଇଥିଲା। ପିସିସି ସଭାପତି ଦଳର ୧୪ ବିଧାୟକଙ୍କ ସହିତ ସିପିଆଇଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ଏକତ୍ର କରି ରଖିବାପାଇଁ ବହୁତ ଉଦ୍ୟମ କରିଥିଲେ। ୮ଜଣ ବିଧାୟକଙ୍କୁ ସାଙ୍ଗରେ ନେଇ ବେଙ୍ଗାଲୁରୁ ଯାଇଥିଲେ। ଏହାବାଦ୍‌ ଓଡ଼ିଶାରେ ରହିଥିବା ୬ଜଣ ବିଧାୟକଙ୍କ ମଧ୍ୟରୁ ୩ଜଣ ପାର୍ଟି କଥା ମାନି ନ ଥିଲେ। ଭକ୍ତ କହିଛନ୍ତି, ଦାଶରଥି ଦଳପ୍ରତି ବିଶ୍ୱାସଘାତକତା କରିଛନ୍ତି। ରମେଶ ମୋତେ ଭେଟି ଦଳୀୟ ନିଷ୍ପତ୍ତିକୁ ସମ୍ମାନ ଦେବେ ବୋଲି କଥା ଦେଇଥିଲେ। ହେଲେ ସେ ଧୋକା ଦେଇଛନ୍ତି। ତାଙ୍କ ଭବିଷ୍ୟତକୁ ମଧ୍ୟ ଅନ୍ଧାରକୁ ଠେଲି ଦେଇଛନ୍ତି। ସେହିପରି ସୋଫିଆ ଝିଅଙ୍କ ବଡ଼ ଭବିଷ୍ୟତ ଥିବାବେଳେ ସେ ମଧ୍ୟ ଭୁଲ୍‌ ରାସ୍ତାରେ ଯାଇଛନ୍ତି। ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିବୁ। ଆବଶ୍ୟକ ପଡ଼ିଲେ ସୁପ୍ରିମକୋର୍ଟ ଯିବୁ ବୋଲି ଭକ୍ତ କହିଛନ୍ତି। ସେ କହିଛନ୍ତି, ଏମାନେ ଗଣମାଧ୍ୟମ ସମ୍ମୁଖରେ କଥା ହେଲାବେଳେ ସିଂହ ଭଳି ହେଉଛନ୍ତି, ମାତ୍ର କାର୍ଯ୍ୟରେ ମୂଷା ଓ ଛେଳି ଭଳି ବିକ୍ରି ହୋଇଯାଉଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି, ଘୋଡ଼ା ବେପାର ପଶିଯିବାରୁ ବିଧାୟକମାନେ ଏଭଳି ଭାବେ ନିୟମ ବିରୋଧ କାର୍ଯ୍ୟ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?