ରମାଦେବୀ ଛାତ୍ରୀଙ୍କୁ ରାଗିଂ ଅଭିଯୋଗର ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୧୦: ଭୁବନେଶ୍ୱର ରମାଦେବୀ ଜୁନିଅର କଲେଜରେ ଜଣେ ଯୁକ୍ତ୨ ପ୍ରଥମ ବର୍ଷର ଛାତ୍ରୀଙ୍କୁ ରାଗିଂ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସେ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ନ ଯିବାରୁ ଗଣଶିକ୍ଷା ବିଭାଗକୁ ସେ ଲିଖିତ ଭାବେ ଜଣାଇଛନ୍ତି। ଏହି ଘଟଣାର ତଦନ୍ତ କରି ରିପୋର୍ଟ ଦେବା ପାଇଁ ଗଣଶିକ୍ଷା ବିଭାଗ ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି।

ସୂଚନାଯୋଗ୍ୟ,ଛାତ୍ରୀ ଜଣଙ୍କ ଘର ମୟୂରଭଞ୍ଜ ଜିଲାରେ ହୋଇଥିବା ବେଳେ ସେ ରମାଦେବୀ ଜୁନିୟର କଲେଜର ୧ ନମ୍ବର ରୁମ୍‌ରେ ରହୁଥିଲେ। ତେବେ ତାଙ୍କୁ ମାନସିକ ନିର୍ଯାତନା ଦିଆଯାଉଥିବା ସେ ଅଭିଯୋଗ କରିଛନ୍ତି। ତାଙ୍କୁ ଜାତିଆଣ ମନ୍ତବ୍ୟ, ଅଶ୍ଲୀଳ ଭିଡିଓ ଦେଖାଇବା, ରାତିରେ ଶର୍ଟ ଡ୍ରେସ୍‌ ପିନ୍ଧିବାକୁ ବାଧ୍ୟ କରିବା ଭଳି ମଧ୍ୟ ଛାତ୍ରୀଜଣଙ୍କ ଅଭିଯୋଗ କରିଛନ୍ତି। ଏ ଅଭିଯୋଗ ନେଇ ଛାତ୍ରୀ ଜଣଙ୍କ ତାଙ୍କ ମା’ ଓ ବାପାଙ୍କୁ ଜଣାଇଥିଲେ ଏବଂ ପରେ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଏପରିକି କଲେଜ ଆଣ୍ଟି ରାଗିଂ ସେଲ୍‌କୁ ମଧ୍ୟ ଏହି ଅଭିଯୋଗ ଦେଇଥିଲେ। ହେଲେ କଲେଜ କର୍ତ୍ତୃପକ୍ଷ କୌଣସି କାର୍ଯାନୁଷ୍ଠାନ ନ ନେବାରୁ ଛାତ୍ରୀ ଜଣଙ୍କ ଗଣଶକ୍ଷା ବିଭାଗ ନିକଟରେ ଅଭିଯୋଗ କରିଛନ୍ତି। ଏହାପରେ ବିଭାଗ ଏହାର ତଦନ୍ତ କରି ରିପୋର୍ଟ ଦେବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri