ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।

 

ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ୯୧ ବର୍ଷ ବୟସରେ ଭୁବନେଶ୍ବର ଖାରବେଳନଗର ବାସଭବନରେ ତାଙ୍କର ଦେହନ୍ତେ ହୋଇଛି। ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ସେ ବେଶ୍‌ ପରିଚିତ। ‘ସପ୍ତମ ଋତୁ’ ପାଇଁ ସେ କେନ୍ଦ୍ର ସାହିତ୍ୟ ପୁରସ୍କାର ପାଇଥିଲେ। ସେହିପରି ‘ସଚିତ୍ର ଅନ୍ଧାର’ ପାଇଁ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ।

ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟରଜଣେ ଆଧୁନିକ କବି । ସେକଟକଠାରେ୧୯୩୪ରେ ଜନ୍ମ ନେଇଥିଲେ । ସେଇଂରାଜୀରେରେଭେନ୍ସା କଲେଜରୁଏମ.ଏ. କରିବା ପରେ ୧୯୫୭ରେଭାରତୀୟ ପ୍ରଶାସନିକ ସେବାରେ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ଏହି ସମୟରେ ତାଙ୍କରକେତେ ଦିନର(୧୯୬୨),ସନ୍ଦିଗ୍ଧ ମୃଗୟା(୧୯୭୧),ସପ୍ତମ ରତୁ(୧୯୭୭),ସଚିତ୍ର ଅନ୍ଧାର(୧୯୮୨),ଶ୍ରୀରାଧା(୧୯୮୫) ଏବଂଶ୍ରେଷ୍ଠ କବିତା(୧୯୯୨) ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା ।କେନ୍ଦ୍ର ସାହିତ୍ୟ ଏକାଡେମୀ୧୯୭୮ ମସିହାରେ ତାଙ୍କ କବିତା ସଂକଳନସପ୍ତମ ଋତୁପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେସଚିତ୍ର ଅନ୍ଧାରପାଇଁ ତାଙ୍କୁଶାରଳା ପୁରସ୍କାରମିଳିଥିଲା । ୧୯୯୨ ମସିହାପାଇଁ ସେସରସୱତୀ ସମ୍ମାନରେସମ୍ମାନୀତ ହୋଇଥିଲେ । ଏହି କାବ୍ୟଗ୍ରନ୍ଥ ଇଂରାଜୀ ଓ ଆଠଟି ଭାରତୀୟ ଭାଷାରେ ଅନୁଦିତ ।

୧୯୫୭ରୁ ସେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ସଚିବ ଥିଲେ । ୧୯୯୩-୧୯୯୮ ଯାଏଁ ସେକେନ୍ଦ୍ର ସାହିତ୍ୟ ଏକାଡେମୀରଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ ।

ଫେବୃଆରୀ ୨୦୦୯ରେ ସେଫେଲୋସିପସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟଓଡ଼ିଆ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri