ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଶୁକ୍ରବାର ପୂର୍ବାହ୍ନ ୯ଟା.୩୦ରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଆଜି ସକାଳୁ ସେ ହଠାତ୍‌ ତଳେ ପଡ଼ି ଯାଇଥିବା ବେଳେ ଘରେ ହିଁ ତାଙ୍କ ମୃତ୍ୟୁ ଘଟିଥିଲା। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ଲୋକେ କହିଛନ୍ତି।

ଗଞ୍ଜାମ ଜିଲାର ଜଣେ ଟାଣୁଆ ନେତା ଭାବେ ବେଶ୍‌ ପରିଚିତ ଥିଲେ ରାମକୃଷ୍ଣ। ବିଜୁ ପଟ୍ଟନାୟକଙ୍କ ଅମଳରୁ ସେ ରାଜନୀତିରେ ସକ୍ରିୟ ଥିଲେ। ଗଞ୍ଜାମ କୋଦଳା ନିର୍ବାଚନ ମଣ୍ଡଳୀରୁ ସେ ୬ଥର ନିର୍ବାଚିତ ହୋଇଥିଲେ । ଉତ୍କଳ କଂଗ୍ରେସ, ଜନତା ପାର୍ଟି, ଜନତା ଦଳ ଓ ବିଜେଡି ଟିକେଟରେ ସେ ନିର୍ବାଚନ ଜିତିଥିଲେ। ଏକାଧିକ ମନ୍ତ୍ରୀ ଭାବରେ ସେ ଦାୟିତ୍ୱ ତୁଲାଇଥିଲେ। ଅର୍ଥ, କୃଷି, ଗ୍ରାମ ଉନ୍ନୟନ ପରି ବିଭାଗର ଦାୟିତ୍ୱ ତୁଲାଇଥିଲେ। କ୍ୟାରିଅରର ଶେଷ ଭାଗରେ ସେ ଭାଜପାରେ ଯୋଗ ଦେଇଥିଲେ। ସେ ବିଧାନସଭାରେ ବିରୋଧୀ ଦଳର ନେତା ମଧ୍ୟ ଥିଲେ। ୧୯୭୧ରେ ପ୍ରଥମ ଥର ପାଇଁ ରାମକୃଷ୍ଣ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରେ ୧୯୭୭, ୧୯୮୦, ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri