Posted inଜାତୀୟ

ରମନା ନୂଆ ପ୍ରଧାନ ବିଚାରପତି: ୨୪ ଏପ୍ରିଲ୍‌ରେ ନେବେ ଶପଥ

ନୂଆଦିଲ୍ଲୀ,୬।୪: ସୁପ୍ରିମ୍‌କୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ବିଚାରପତି ଏନ୍‌.ଭି. ରମନାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତ କରିଛନ୍ତି। ରମନା ଏପ୍ରିଲ୍‌ ୨୪ରେ ୪୮ ତମ ପ୍ରଧାନ ବିଚାରପତି ଭାବେ ଶପଥ ନେବେ। ବର୍ତ୍ତମାନର ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ ମାର୍ଚ୍ଚ ୨୪ରେ ରମନାଙ୍କ ନାମ ସୁପାରିଶ କରିଥିଲେ। ଏହାକୁ ରାଷ୍ଟ୍ରପତି ମଞ୍ଜୁରୀ ମିଳିଛି। ଏବେ ରମନା ସୁପ୍ରିମ୍‌କୋର୍ଟର ଦ୍ୱିତୀୟ ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି। ରମନାଙ୍କ ପ୍ରକୃତ ନାମ ନାଥାଲାପତି ଭେଙ୍କଟା ରମନା। ସେ ୧୯୫୭ ଅଗଷ୍ଟ ୨୭ରେ ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲାର ପୋନ୍ନାଭରମ୍‌ ଗାଁରେ ଜନ୍ମଗ୍ରହଣ କରିଥିଲେ। ସେ ବର୍ଷେ ୪ ମାସ ପାଇଁ ପ୍ରଧାନବିଚାରପତି ଭାବେ କାର୍ଯ୍ୟ କରି ୨୦୨୨ ଅଗଷ୍ଟ ୨୬ରେ ଅବସର ଗ୍ରହଣ କରିବେ। ୧୯୮୩ ଫେବୃୟାରୀ ୧୦ରୁ ସେ ଜଣେ ଆଇନଜୀବୀ ଭାବେ କାମ ଆରମ୍ଭ କରିଥିଲେ। ସୂଚନାଯୋଗ୍ୟ, ଏପ୍ରିଲ୍‌ ୨୩ରେ ଏସ୍‌.ଏ. ବୋବ୍‌ଡେ ଅବସର ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri