ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ମୁଖ୍ୟ ସେବାୟତଙ୍କ ପରଲୋକ : ବିଭିନ୍ନ ମହଲରେ ଶୋକ

ମହାକାଳପଡ଼ା, ୧ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ଦରିଆ ରାମଚଣ୍ଡୀ ମନ୍ଦିର ମୁଖ୍ୟ ସେବାୟତ ପ୍ରମୋଦ କୁମାର ସାମନ୍ତରାୟ ଓରଫ ବବୁନି ନନା (୬୪)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ମନ୍ଦିରରେ ୩୫ ବର୍ଷରୁ ଅଧିକ ମୁଖ୍ୟ ସେବାୟତ ଭାବେ ନିଷ୍ଠାପର ସହିତ ସେ କାର୍ଯ୍ୟ କରି ଆସୁଥିଲେ। ସେ ଲିଭର ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ୨ ମାସ ଧରି ଚିକିତ୍ସାଧୀନ ଥିଲେ। ସେ ରାମନଗର ପଞ୍ଚାୟତ ବରଜ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ।

ପାରାଦୀପ କଲେଜରୁ ସ୍ନାତକ ଡିଗ୍ରୀ ପରେ ନିଜ କୌଳିକ ବୃତ୍ତି ମା’ଙ୍କ ସେବା କରିବାର ସୁଯୋଗ ଲାଭ କରିଥିଲେ। ରାମନଗର ଅଞ୍ଚଳରେ ମା’ ରାମଚଣ୍ଡୀଙ୍କ ମୁଖ୍ୟ ସେବାୟତ ପରିବାର ଭାବେ ବେଶ ସୁନାମ ଅର୍ଜନ କରିଥିଲେ। ତାଙ୍କର ଅମାୟିକ ସ୍ନେହ ଶ୍ରଦ୍ଧା ଭଲ ପାଇବା ଶ୍ରଦ୍ଧାଳୁ ମାନଙ୍କର ହୃଦୟରେ ବିଶ୍ୱାସ ଭାଜନ ହୋଇ ପାରିଥିଲେ। ତାଙ୍କର ପରଲୋକ ଖବର ପାଇ ଅଞ୍ଚଳର ବିଭିନ୍ନ ରାଜନୈତିକ ଦଳର ନେତୃମଣ୍ଡଳୀ, ବୁଦ୍ଧିଜୀବୀ, ସାମାଜିକ କର୍ମୀ, ରମନଗର ବଜାର ବ୍ୟବସାୟୀ, ବ୍ଲକର ପ୍ରମୁଖ ଖବରଦାତା, ମା’ ରାମଚଣ୍ଡୀ ସେନା ମଧ୍ୟରେ ଶୋକର ଛାୟା ଖେଳିଯାଇଛି।

ବିଶେଷ କରି ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ସଙ୍କୀର୍ତ୍ତନ ମଣ୍ଡଳୀମାନଙ୍କ ସହିତ ମନ୍ଦିର ପରିକ୍ରମା ସମୟରେ ମା’ଙ୍କ ଚଳନ୍ତି ପ୍ରତିମା ବିମାନ ସମ୍ମୁଖରେ ମୁଖ୍ୟ ସେବାୟତ ବାବୁନି ନନାଙ୍କ ଚାମର ସେବା ଖୁବ୍‌ ନିଆରା ପରମ୍ପରା ସୃଷ୍ଟି କରିଥାଏ। ମା’ଙ୍କ ଝାମୁଯାତ୍ରାରେ ବଡ଼ ପଣ୍ଡା ବାବୁନି ନନାଙ୍କ ଚାମର ସେବା ମିଳିବ ନାହିଁ ବୋଲି ଅନେକ ଶ୍ରଦ୍ଧାଳୁ କହି ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri