ରାମଚନ୍ଦ୍ର, ଚନ୍ଦ୍ରଶେଖରଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ

ଭୁବନେଶ୍ୱର, ୧୩। ୩ (ବ୍ୟୁରୋ): ୨୦୨୦ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ‘ସାହିତ୍ୟ ଏକାଡେମୀ ପୁରସ୍କାର’, ‘ବାଲ୍‌ ସାହିତ୍ୟ ପୁରସ୍କାର’ ଓ ‘ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’ ଘୋଷଣା କରାଯାଇଛି। ଓଡ଼ିଶାର ବିଶିଷ୍ଟ ଶିଶୁ ସାହିତି୍ୟକ ଡ. ରାମଚନ୍ଦ୍ର ନାୟକ ସମ୍ମାନଜନକ ‘ବାଲ୍‌ ସାହିତ୍ୟ ପୁରସ୍କାର’ ପାଇବେ। ସେ ତାଙ୍କ ରଚିତ ଗଳ୍ପ ସଂକଳନ ‘ବଣ ଦେଉଳରେ ସୁନା ନେଉଳ’ ପାଇଁ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ତାଙ୍କ ଘର କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅତାସାହିରେ। ଅଜିତ୍‌ ବୋରୋ, ପ୍ରଚେତା ଗୁପ୍ତାଙ୍କ ସମେତ ମୋଟ ୨୧ଜଣ ଏହି ପୁରସ୍କାର ପାଇବେ।

ଶୁକ୍ରବାର କେନ୍ଦ୍ର ସାହିତ୍ୟ ଏକାଡେମୀ ସଭାପତି ଡ. ଚନ୍ଦ୍ରଶେଖର କମ୍ବରଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଏକାଡେମୀର କାର୍ଯ୍ୟକାରୀ କମିଟି ବୈଠକରେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି। ତେବେ ମାଲୟାଲମ, ସଂସ୍କୃତ ଓ ତାମିଲ ଭାଷାରେ ବିଜେତାଙ୍କ ନାମ ଆଗାମୀ ଦିନରେ ଘୋଷଣା କରାଯିବ ବୋଲି ସୂଚନା ଦିଆଯାଇଛି। ସେହିପରି ଓଡ଼ିଶାର ବିଶିଷ୍ଟ ପ୍ରାବନ୍ଧିକ ଚନ୍ଦ୍ରଶେଖର ହୋତା ‘ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’ ପାଇବେ। ପ୍ରବନ୍ଧ ପୁସ୍ତକ ‘ଚେତନାର ଅନ୍ବେଷଣ’ ପାଇଁ ସେ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ତାଙ୍କ ଘର ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଅନ୍ତର୍ଗତ ଗୁରୁଜିଭଟ୍ଟା ଗାଁରେ ହୋଇଥିବାବେଳେ ଏବେ ନବରଙ୍ଗପୁରରେ ଡିଏସ୍‌ପି ଭାବେ କାର୍ଯ୍ୟରତ। ଦ୍ୱିଜେନ ଦାସ, ଗଗନ ଶର୍ମା, ଅଞ୍ଜନ ବାସ୍କୋଟାଙ୍କ ସମେତ ୧୮ଜଣ ଏହି ପୁରସ୍କାର ପାଇବେ। ଏହି ଦୁଇ ପୁରସ୍କାର ବାବଦରେ ସମସ୍ତ ବିଜେତାଙ୍କୁ ୫୦ହଜାର ଟଙ୍କା ସହ ତାମ୍ର ଫଳକ ପ୍ରଦାନ କରାଯିବ।

ଅନ୍ୟପକ୍ଷରେ ୨୦ଟି ଭାଷାରେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର’ ଘୋଷିତ ହୋଇଛି। ଏଥିମଧ୍ୟରେ ୭ କବିତା ପୁସ୍ତକ, ୪ ନୋଭେଲ୍‌, ୫ କ୍ଷୁଦ୍ରଗଳ୍ପ, ୨ ନାଟକ, ଗୋଟିଏ ସ୍ମୃତିକଥା ଏବଂ ଗୋଟିଏ ମହାକାବ୍ୟ ରହିଛି। ପୁରସ୍କାର ବାବଦକୁ ବିଜେତାମାନଙ୍କୁ ୧ଲକ୍ଷ ଟଙ୍କା ସହ ତାମ୍ର ଫଳକ ପ୍ରଦାନ କରାଯିବ। ତେବେ ଓଡ଼ିଆ, ମାଲୟାଲମ୍‌, ନେପାଳୀ ଓ ରାଜସ୍ଥାନୀ ଭାଷାରେ ପୁରସ୍କାର ଘୋଷଣା କରାଯାଇନାହିଁ। ଆଗାମୀ ଦିନରେ ବିଜେତା ଚୟନ କରାଯାଇ ପୁରସ୍କାର ଘୋଷଣା କରାଯିବ ବୋଲି ଏକାଡେମୀ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri