କୋର୍ଟରେ ହାଜର ହେଲେ ନାହିଁ ରାମ୍‌କୋ କର୍ତ୍ତୃପକ୍ଷ

ଯାଜପୁର ଅଫିସ,୧୪ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍‌କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ ଦେଖିବାକୁ ମିଳୁଛି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ ସିମେଣ୍ଟ କର୍ତ୍ତୃପକ୍ଷଙ୍କ ବିରୋଧରେ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟଙ୍କ କାର୍ଯ୍ୟାନୁଷ୍ଠାନ ମଧ୍ୟ ଫସର ଫାଟିଛି। ନୋଟିସ୍‌ ପରେ ବି ଏହି କମ୍ପାନୀର କର୍ତ୍ତୃପକ୍ଷ କୋର୍ଟରେ ହଜାର ହୋଇ ନ ଥିବା ଜଣାପଡିଛି ା

ସୂଚନା ଅନୁଯାୟୀ, ୨୮ା୩ା୨୦୨୨ରେ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ ରାମ୍‌କୋ କର୍ତ୍ତୃପକ୍ଷଙ୍କୁ ତାଙ୍କ କୋର୍ଟରେ ୧୨ ତାରିଖ ପୂର୍ବାହ୍ନ ୧୦ଟାରେ ହାଜିର ହୋଇ ପ୍ରଦୂଷଣ ଏବଂ ବିବାଦୀୟ ଜମି ସଂକ୍ରାନ୍ତରେ ଆବଶ୍ୟକ କାଗଜପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରିଥିଲେ। ହେଲେ ରାମ୍‌କୋର ସଂପୃକ୍ତ ଅଧିକାରୀମାନେ ସେହି କୋର୍ଟରେ ହାଜିର ହୋଇ ନ ଥିବା ଅଭିଯୋଗକାରୀ ହେମନ୍ତ କୁମାର ପାଢୀ ସୂଚନା ଦେଇଛନ୍ତି। ଏଥିରୁ ପ୍ରଦୂଷଣ ନିୟନ୍ତ୍ରଣ କରିବା ଦିଗରେ ଅବହେଳା କରିବା ବରଦାସ୍ତଯୋଗ୍ୟ ନୁହେଁ ବୋଲି ସରକାରଙ୍କ ଦୃଢୋକ୍ତି ଏଠାରେ ପୁଣି ଫେଲ ମାରିଛି ବୋଲି ମତପ୍ରକାଶ ପାଇଛି।
ରାମ୍‌କୋ କାରଖାନାରୁ ନିର୍ଗତ ସିମେଣ୍ଟ ଗୁଣ୍ଡ ଓ ବିଷାକ୍ତ ବାୟୁ ପ୍ରଦୂଷଣ ଯୋଗୁ ସ୍ଥାନୀୟ ଲୋକେ ଅତିଷ୍ଠ ହୋଇ ପଡିଛନ୍ତି। ଏନେଇ ରାମ୍‌କୋ କର୍ତ୍ତୃପକ୍ଷ ଏବଂ ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କିଛି ସୁଫଳ ମିଳି ପାରିନାହିଁ। ଶେଷରେ ଗତ ୨୪ ତାରିଖରେ ପ୍ରଭାବିତ ଅଞ୍ଚଳବାସୀ ସତ୍ୟବ୍ରତ ରାଉତ, ଜୟଦେବ ନାୟକ, ହେମନ୍ତ କୁମାର ପାଢୀ ଓ କୁଞ୍ଜ ବେହେରା ସବ୍‌ଡିଭିଜନାଲଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହାପରେ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ ତଥା ଉପଜିଲାପାଳ ଶରତ ଚନ୍ଦ୍ର ମହାପାତ୍ର ଅଭିଯୋଗର ତଦନ୍ତ କରି ସଂପୃକ୍ତ ଅଞ୍ଚଳରେ ଗୁରୁତର ଭାବେ ଶାନ୍ତିଭଙ୍ଗ ହେଉଥିବା ସେ ସ୍ବୀକାର କରିଥିଲେ। ଏହିକ୍ରମରେ ଉପଜିଲାପାଳ ମହାପାତ୍ର ରାମ୍‌କୋର ପରିଚାଳନା ନିର୍ଦ୍ଦେଶକ(ଏମଡି) ଓ ପବ୍ଲିକ ରିଲେଶନ ଅଫିସର (ପିଆର୍‌ଓ)ଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ଆବଶ୍ୟକ କାଗଜପତ୍ର ସହ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଜାରି କରିଥିଲେ। ତେବେ ରାମ୍‌କୋର ଏହି ଅଧିକାରୀଦ୍ୱୟଙ୍କ ଅନୁପସ୍ଥିତି ସଂକ୍ରାନ୍ତରେ ଉପଜିଲାପାଳ ମହାପାତ୍ରଙ୍କୁ ପଚାରିବାରୁ ସେ କହିଛନ୍ତି, ତାଙ୍କ କୋର୍ଟରେ କେତେ ମାମଲା ଆସୁଛି। ସମସ୍ତ ମାମଲା ସଂକ୍ରାନ୍ତରେ ମନେ ରହୁନାହିଁ। ତେଣୁ ରାମ୍‌କୋ ସିମେଣ୍ଟ କାରଖାନା ବିରୋଧରେ ହୋଇଥିବା ମାମଲା ସଂକ୍ରାନ୍ତରେ ତାଙ୍କ କିଛି ମନେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri