କୋର୍ଟରେ ହାଜର ହେଲେ ନାହିଁ ରାମ୍‌କୋ କର୍ତ୍ତୃପକ୍ଷ

ଯାଜପୁର ଅଫିସ,୧୫ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍‌କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ ଦେଖିବାକୁ ମିଳୁଛି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ ସିମେଣ୍ଟ କର୍ତ୍ତୃପକ୍ଷଙ୍କ ବିରୋଧରେ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟଙ୍କ କାର୍ଯ୍ୟାନୁଷ୍ଠାନ ମଧ୍ୟ ଫସର ଫାଟିଛି। ନୋଟିସ୍‌ ପରେ ବି ଏହି କମ୍ପାନୀର କର୍ତ୍ତୃପକ୍ଷ କୋର୍ଟରେ ହଜାର ହୋଇ ନ ଥିବା ଜଣାପଡିଛି।
ସୂଚନା ଅନୁଯାୟୀ, ୨୮ା୩ା୨୦୨୨ରେ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ ରାମ୍‌କୋ କର୍ତ୍ତୃପକ୍ଷଙ୍କୁ ତାଙ୍କ କୋର୍ଟରେ ୧୨ ତାରିଖ ପୂର୍ବାହ୍ନ ୧୦ଟାରେ ହାଜିର ହୋଇ ପ୍ରଦୂଷଣ ଏବଂ ବିବାଦୀୟ ଜମି ସଂକ୍ରାନ୍ତରେ ଆବଶ୍ୟକ କାଗଜପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରିଥିଲେ। ହେଲେ ରାମ୍‌କୋର ସଂପୃକ୍ତ ଅଧିକାରୀମାନେ ସେହି କୋର୍ଟରେ ହାଜିର ହୋଇ ନ ଥିବା ଅଭିଯୋଗକାରୀ ହେମନ୍ତ କୁମାର ପାଢୀ ସୂଚନା ଦେଇଛନ୍ତି। ଏଥିରୁ ପ୍ରଦୂଷଣ ନିୟନ୍ତ୍ରଣ କରିବା ଦିଗରେ ଅବହେଳା କରିବା ବରଦାସ୍ତଯୋଗ୍ୟ ନୁହେଁ ବୋଲି ସରକାରଙ୍କ ଦୃଢୋକ୍ତି ଏଠାରେ ପୁଣି ଫେଲ ମାରିଛି ବୋଲି ମତପ୍ରକାଶ ପାଇଛି।
ରାମ୍‌କୋ କାରଖାନାରୁ ନିର୍ଗତ ସିମେଣ୍ଟ ଗୁଣ୍ଡ ଓ ବିଷାକ୍ତ ବାୟୁ ପ୍ରଦୂଷଣ ଯୋଗୁ ସ୍ଥାନୀୟ ଲୋକେ ଅତିଷ୍ଠ ହୋଇ ପଡିଛନ୍ତି। ଏନେଇ ରାମ୍‌କୋ କର୍ତ୍ତୃପକ୍ଷ ଏବଂ ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କିଛି ସୁଫଳ ମିଳି ପାରିନାହିଁ। ଶେଷରେ ଗତ ୨୪ ତାରିଖରେ ପ୍ରଭାବିତ ଅଞ୍ଚଳବାସୀ ସତ୍ୟବ୍ରତ ରାଉତ, ଜୟଦେବ ନାୟକ, ହେମନ୍ତ କୁମାର ପାଢୀ ଓ କୁଞ୍ଜ ବେହେରା ସବ୍‌ଡିଭିଜନାଲଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହାପରେ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ ତଥା ଉପଜିଲାପାଳ ଶରତ ଚନ୍ଦ୍ର ମହାପାତ୍ର ଅଭିଯୋଗର ତଦନ୍ତ କରି ସଂପୃକ୍ତ ଅଞ୍ଚଳରେ ଗୁରୁତର ଭାବେ ଶାନ୍ତିଭଙ୍ଗ ହେଉଥିବା ସେ ସ୍ବୀକାର କରିଥିଲେ। ଏହିକ୍ରମରେ ଉପଜିଲାପାଳ ମହାପାତ୍ର ରାମ୍‌କୋର ପରିଚାଳନା ନିର୍ଦ୍ଦେଶକ(ଏମଡି) ଓ ପବ୍ଲିକ ରିଲେଶନ ଅଫିସର (ପିଆର୍‌ଓ)ଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ଆବଶ୍ୟକ କାଗଜପତ୍ର ସହ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଜାରି କରିଥିଲେ। ତେବେ ରାମ୍‌କୋର ଏହି ଅଧିକାରୀଦ୍ୱୟଙ୍କ ଅନୁପସ୍ଥିତି ସଂକ୍ରାନ୍ତରେ ଉପଜିଲାପାଳ ମହାପାତ୍ରଙ୍କୁ ପଚାରିବାରୁ ସେ କହିଛନ୍ତି, ତାଙ୍କ କୋର୍ଟରେ କେତେ ମାମଲା ଆସୁଛି। ସମସ୍ତ ମାମଲା ସଂକ୍ରାନ୍ତରେ ମନେ ରହୁନାହିଁ। ତେଣୁ ରାମ୍‌କୋ ସିମେଣ୍ଟ କାରଖାନା ବିରୋଧରେ ହୋଇଥିବା ମାମଲା ସଂକ୍ରାନ୍ତରେ ତାଙ୍କ କିଛି ମନେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ…

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri