ସମସ୍ୟାରେ ରାମଦେଓ ସ୍ମାର୍ଟ ସ୍କୁଲ

ବଇଣ୍ଡା,୮।୫: ଗୁଣାତ୍ମକ ଶିକ୍ଷାରେ ଯେପରି ଭିତ୍ତିଭୂମି ବାଧକ ନ ହେବ ସେଥିପାଇଁ ଶିକ୍ଷାନୁଷ୍ଠାନକୁ ସ୍ମାର୍ଟ କରାଗଲା। ବିଦ୍ୟାଳୟ ପିଛା ବହୁ ଲକ୍ଷ ଟଙ୍କା ବ୍ୟୟ ହେଲା। କିନ୍ତୁ ଶିକ୍ଷକ ଅଭାବ ସମସ୍ୟା ଏବେ ସ୍ମାର୍ଟ ସ୍କୁଲ ଉଦ୍ଦେଶ୍ୟ ପୂରଣରେ ବାଧକ ସାଜିଛି। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡାସ୍ଥିତ ରାମଦେଓ ଉଚ୍ଚ ବିଦ୍ୟାଳୟ ଏହାର ଏକ ଉଦାହରଣ। ସ୍କୁଲର ସମସ୍ୟା ନେଇ ବଇଣ୍ଡା ଗ୍ରାମବାସୀ ଓ ପରିଚାଳନା କମିଟି ପକ୍ଷରୁ ଶନିବାର ବିଭାଗୀୟ ମନ୍ତ୍ରୀ, ସଚିବ, ଆଠମଲ୍ଲିକ ବିଧାୟକ, ଅନୁଗୋଳ ଜିଲାପାଳ, ଜିଲା ଶିକ୍ଷା ଅଧିକାରୀଙ୍କୁ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଯାଇଛି।
ଗ୍ରାମବାସୀଙ୍କ କହିବା ଅନୁଯାୟୀ, ୧୯୬୨ ମସିହାରେ ଗଁା ଲୋକେ ଏହି ବିଦ୍ୟାଳୟ ସ୍ଥାପନ କରିଥିଲେ। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଏଠାରେ ୨୧୯ ପିଲା ପାଠ ପଢ଼ୁଥିବା ବେଳେ ଦୀର୍ଘ ଦିନ ହେବ ୫ ଶିକ୍ଷକ ପଦବୀ ଖାଲି ପଡିଛି। ପ୍ରଧାନ ଶିକ୍ଷକ ପଦବୀରେ ନିଯୁକ୍ତି ଦିଆଯାଉ ନାହିଁ। ଏଥିସହ କଳାରେ ୨ ଶିକ୍ଷକ, ବିଜ୍ଞାନରେ ଜଣେ, ଖେଳ ବିଭାଗରେ ଜଣେ ଶିକ୍ଷକ ପଦବୀ ଖାଲି ପଡ଼ିଛି। ୨ ପିଅନ ପଦବୀ ପୂରଣ କରାଯାଉ ନ ଥିବାରୁ ସରକାରୀ କାଗଜପତ୍ର କାର୍ଯ୍ୟ ଠିକ୍‌ ଭାବେ ହୋଇପାରୁ ନାହିଁ। ଏ ନେଇ ଗ୍ରାମବାସୀ ୨୦୨୦ ମେ ୨୦ ଓ ୨୦୨୧ ଫେବୃୟାରୀ ୧୫ରେ ଜିଲାପାଳଙ୍କ ଠାରୁ ଆରମ୍ଭ କରି ଶିକ୍ଷାମନ୍ତ୍ରୀଙ୍କ ଯାଏ ଅଭିଯୋଗ କରିଥିଲେ। ସେହିପରି ବିଦ୍ୟାଳୟରେ ଏକ ଛାତ୍ରାବାସ ନିର୍ମାଣ ପାଇଁ ବହୁବାର ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ। ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଶୌଚାଳୟଗୁଡିକୁ ଜଳ ଯୋଗାଣ ହୋଇ ନ ଥିବା ଯୋଗୁ ଛାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି କି ବାଧ୍ୟ ହୋଇ ସେମାନେ ନିକଟସ୍ଥ ପୋଖରୀକୁ ଶୌଚ ପାଇଁ ଯାଉଥିବାରୁ ଅଭିଭାବକମାନଙ୍କ ମଧ୍ୟରେ ତିବ୍ର ଅସନ୍ତୋଷ ଦେଖାଦେଇଛି। ପାନୀୟ ଜଳ ପ୍ରକଳ୍ପର ପମ୍ପ ଦୀର୍ଘମାସ ହେବ ପୋଡିଯାଇଛି। ଫଳରେ ଗ୍ରୀଷ୍ମ ପ୍ରବାହ ସମୟରେ ଥଣ୍ଡା ପାଣି ପିଇବାରୁ ଛାତ୍ରୀଛାତ୍ରମାନେ ବଞ୍ଚିତ ହେଉଛନ୍ତି। ସେହିପରି ପାଣି ଅଭାବରୁ ବଗିଚାରେ ଲାଗିଥିବା ଗଛ ସବୁ ମରିଗଲାଣି। ତୁରନ୍ତ ବିଦ୍ୟାଳୟର ସମସ୍ୟା ସମାଧାନ କରିବାକୁ ବଇଣ୍ଡା ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁକାନ୍ତି ମଞ୍ଜରୀ ଚାତମ୍ବା କହିଛନ୍ତି, ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟା ଯୋଗୁ ପାଠପଢ଼ା ବ୍ୟାହତ ହେଉଛି। ଶିକ୍ଷକ ନିଯୁକ୍ତି, ଶୌଚାଳୟ ଓ ପାନୀୟ ଜଳ ବ୍ୟବସ୍ଥା ନେଇ ବହୁବାର ବିଡିଓ, ଜଳଯୋଗାଣ ବିଭାଗ କନିଷ୍ଠଯନ୍ତ୍ରୀଙ୍କୁ ଅବଗତ କରାଯାଇଛି। କିନ୍ତୁ କେହି ଆମ କଥା ଶୁଣୁନାହନ୍ତି। ବିଡିଓ ଡ. ସ୍ବରୁପାନନ୍ଦ ସାହୁ ବିଦ୍ୟାଳୟରେ ଜଳଯୋଗାଣ ବ୍ୟବସ୍ଥା କରାଯାଇଛି କହି ପ୍ରସଙ୍ଗକୁ ଏଡାଇଦେଇଥିଲେ।

 

ବିଭାଗ ଅବଗତ ଅଛି
ବଇଣ୍ଡା ହାଇସ୍କୁଲରେ ଶିକ୍ଷକ ଅଭାବ ସମ୍ପର୍କରେ ଶିକ୍ଷା ବିଭାଗ ଅବଗତ ରହିଛି। ଖୁବ୍‌ଶୀଘ୍ର ସରକାର ନୂତନ ଶିକ୍ଷକ ନିଯୁକ୍ତି ଦେଲେ ବଇଣ୍ଡା ହାଇସ୍କୁଲକୁ ଶିକ୍ଷକ ଯୋଗାଇ ଦିଆଯିବ। ଅନ୍ୟାନ ଅସୁବିଧା ସମ୍ପର୍କରେ ବ୍ଲକ ପ୍ରଶାସନକୁ ଅବଗତ କରାଯିବ।
-ନିରଞ୍ଜନ ସାହୁ, ଜିଲା ଶିକ୍ଷା ଅଧିକାରୀ

ପୂର୍ବରୁ ଭଲ ପଢ଼ା ହେଉଥିଲା
ପୂର୍ବରୁ ଏହି ବିଦ୍ୟାଳୟ ଭଲ ପାଠପଢ଼ା ପାଇଁ ଉପଖଣ୍ଡରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲା। ହେଲେ କିଛି ବର୍ଷ ହେବ ଶିକ୍ଷକ ଅଭାବ ଯୋଗୁ ଶିକ୍ଷାଦାନରେ ଅସୁବିଧା ହେଉଥିବା ଦେଖିବାକୁ ମିଳୁଛି। ଲୋକ ପ୍ରତିନିଧିମାନଙ୍କୁ ଅବଗତ କଲେ ମଧ୍ୟ ସୁଫଳ ମିଳୁନାହିଁ।
-ଶୁଭ୍ରଜିତ ସାହୁ, ପୁରାତନ ଛାତ୍ର

ସରକାରଙ୍କୁ ସମସ୍ୟା ଜଣାଇ ଦିଆଯିବ
ବିଦ୍ୟାଳୟରେ ଥିବା ସମସ୍ତ ଅସୁବିଧା ସମ୍ପର୍କରେ ପଞ୍ଚାୟତ ପକ୍ଷରୁ ବ୍ଲକ ପ୍ରଶାସନ ଓ ଜିଲା ଶିକ୍ଷା ବିଭାଗକୁ ଅବଗତ କରାଯିବ। ଛାତ୍ରାବାସ ପାଇଁ ସରକାରଙ୍କୁ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଯିବ।
-ଦୀପ୍ତିମୟୀ ସାହୁ, ସରପଞ୍ଚ

ସବୁ କ୍ଷେତ୍ରରେ ଅବହେଳା
ବହୁ ପୁରାତନ ଏହି ବିଦ୍ୟାଳୟକୁ ସବୁକ୍ଷେତ୍ରରେ ଅବହେଳା କରାଯାଉଛି। ବିଶେଷକରି ବର୍ଷ ବର୍ଷ ଧରି ଶିକ୍ଷକ ପଦବୀ ଖାଲି ପଡ଼ିଥିବାବେଳେ ପାଣି ସମସ୍ୟା ଲାଗିରହିଛି। ତୁରନ୍ତ ଛାତ୍ରାବାସ ନିର୍ମାଣ ଦିଗରେ ପଦକ୍ଷେପ ନିଆଯିବା ଆବଶ୍ୟକ।
-ରମାକାନ୍ତ ବେହେରା, ଗ୍ରାମବାସୀ


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri