Posted inଜାତୀୟ

‘ମୁଁ ନିର୍ବାଚନରେ ଜିତିଲେ ରାସ୍ତାଗୁଡ଼ିକୁ ପ୍ରିୟଙ୍କା ଗାନ୍ଧୀଙ୍କ ଗାଲ ଭଳି କରିଦେବି’

ନୂଆଦିଲ୍ଲୀ,୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଆପ୍‌-କଂଗ୍ରେସ ପରେ ଭାଜପା ମଧ୍ୟ ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହାକୁ ନେଇ ପ୍ରତ୍ୟେହ ରାଜନୈତିକ ବୟାନବାଜି ଦେଖିବାକୁ ମିଳୁଛି। ଭାଜପା ନେତା ତଥା କାଲକାଜୀ ବିଧାନସଭା ଆସନରୁ ପ୍ରାର୍ଥୀ ଥିବା ରମେଶ ବିଧୁରୀ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ କଂଗ୍ରେସ ଏମ୍‌ପି ପ୍ରିୟଙ୍କା ଗାନ୍ଧୀଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। ନିର୍ବାଚନରେ ବିଜେତା ହେଲେ ସେ କାଲକାଜୀର ରାସ୍ତାଗୁଡ଼ିକୁ ପ୍ରିୟଙ୍କା ଗାନ୍ଧୀଙ୍କ ଗାଲ ଭଳି କରିଦେବେ ବୋଲି କହିଛନ୍ତି। ଏବେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କଂଗ୍ରେସ ମଧ୍ୟ ଏହାକୁ ନେଇ ଜବାବ ରଖିଛି।

କଂଗ୍ରେସ ନେତା ପଓ୍ବନ ଖେଡା ଏକ୍ସରେ ଭିଡିଓଟିକୁ ଶେୟାର କରିଛନ୍ତି। ଏଥିରେ ବିଧୁଡ଼ି କହୁଛନ୍ତି ଯେ, ଲାଲୁ କହିଥିଲେ ଯେ ବିହାରରେ ରାସ୍ତାଗୁଡ଼ିକ ହେମା ମାଳିନୀଙ୍କ ଭଳି କରିଦେବି। ହେଲେ ସେ ମିଛ କହିଥିଲେ। ସେ ତାହା କରିପାର ନ ଥିଲେ। ମୁଁ କିନ୍ତୁ କହିବାକୁ ଚାହିଁବି ଯେ ଯେଉଁଭଳି ଓଖଲାର ରାସ୍ତାକୁ କରିଛୁ, ସଂଗମ ବିହାରର ରାସ୍ତାକୁ କରିଛୁ, ସେହିଭଳି କାଲକାଜିରେ ସମସ୍ତ ରାସ୍ତାଗୁଡ଼ିକୁ ପ୍ରିୟଙ୍କା ଗାନ୍ଧୀଙ୍କ ଗାଲ ଭଳି କରିଦେବି।

ବିଧୁରୀଙ୍କ ଏହି ବିବାଦୀୟ ବୟାନ ପରେ କଂଗ୍ରେସ ଭାଜପାକୁ ଟାର୍ଗେଟ କରୁଛି। ନିଜର ଅସନ୍ତୋଷ ବ୍ୟକ୍ତ କରି ପଓ୍ବନ ଲେଖିଛନ୍ତି ଯେ, ଏଭଳି ଅସଦାଚରଣ କେବଳ ଏହି ଘୃଣ୍ୟ ବ୍ୟକ୍ତି ହିଁ ପ୍ରଦର୍ଶନ କରିପାରିବେ। ଏହା ତାଙ୍କ ମାଲିକଙ୍କ ଅସଲ ମୁଖା ଦର୍ଶାଉଛି ବୋଲି ସେ କହିଛନ୍ତି।

କହିରଖୁଛୁ, ଭାଜପା ଶନିବାର ୨୯ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ କାଲକାଜୀ ଆସନରୁ CM ଆତିଶୀଙ୍କ ବିରୋଧରେ ରମେଶଙ୍କୁ ଟିକେଟ ମିଳିଛି। ଏହି ଆସନରେ କଂଗ୍ରେସ ଅଳକା ଲାମ୍ବାଙ୍କୁ ଟିକେଟ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri