Posted inଜାତୀୟ

ବିବାଦୀୟ ବୟାନ ମାମଲାରେ କାରଣ ଦର୍ଶାଅ ନୋଟିସ ଦେଇଥିଲା ଭାଜପା, ଜବାବ ଦେବା ପାଇଁ ଭାଜପା ମୁଖ୍ୟାଳୟରେ ପହଞ୍ଚିଲେ ରମେଶ ବିଧୁରୀ

ନୂଆଦିଲ୍ଲୀ,୨୫।୯: ଭାଜପା ଏମ୍‌ପି ରମେଶ ବିଧୁରୀ ଲୋକ ସଭାରେ ଦେଇଥିବା ବୟାନ ପରେ ରାଜନୀତି ତୀବ୍ର ହୋଇଛି। ବୟାନକୁ ନେଇ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ରମେଶ ବିଧୁରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ଯାହା ପରେ ରମେଶ ବିଧୁରୀ ସୋମବାର ଜେପି ନଡ୍ଡାଙ୍କୁ ଭେଟିବାକୁ ଭାଜପା ମୁଖ୍ୟାଳୟରେ ପହଞ୍ଚିଛନ୍ତି। ନୋଟିସରେ ପଚରାଯାଇଥିଲା ଯେ, ଅସଂସଦୀୟ ଭାଷା ବ୍ୟବହାର କରିବା ଉପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ନୁହେଁ କାହିଁକି?

ଏହାପୂର୍ବରୁ ବିଏସପି ଏମ୍‌ପି ଦାନିଶ ଅଲି ଲୋକ ସଭା ବାଚସ୍ପତି ଓମ ର୍ବିଲାଙ୍କୁ ରମେଶ ବିଧୁରୀଙ୍କ ବିରୋଧରେ ଏକ ଚିଠି ଲେଖି କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ସେ ଚିଠିରେ ଲେଖିଛନ୍ତି, ବିଧୁରୀଙ୍କ ବିରୋଧରେ ନିୟମ ୨୨୨, ୨୨୬ ଏବଂ ୨୨୭ ଅନୁଯାୟୀ ନୋଟିସ ଦେବାକୁ ଚାହୁଁଛନ୍ତି। ସଂସଦରେ ଚନ୍ଦ୍ରୟାନ-୩ର ସଫଳତା ଉପରେ ଆଲୋଚନାରେ ସାମିଲ ହୋଇଥିବା ଦାନିଶ ଅଲିଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ବ୍ୟବହାର କରାଯିବା ପରେ ଏହି ମାମଲା ଆରମ୍ଭ ହୋଇଥିଲା।

ରମେଶ ବିଧୁରୀଙ୍କ ବୟାନ ବିରୋଧରେ ବିରୋଧୀଙ୍କ ମଧ୍ୟରେ ଅସନ୍ତୋଷ ରହିଛି ଏବଂ ସେମାନେ ବିଧୁରୀଙ୍କୁ ନିଲମ୍ବନ କରିବାକୁ ଦାବି କରୁଛନ୍ତି। ଏସପିର ରାଷ୍ଟ୍ରୀୟ ସଚିବ ଓମ ର୍ବିଲାଙ୍କୁ ରମେଶ ବିଧୁରୀଙ୍କ ବରଖାସ୍ତ ଦାବି କରିଛନ୍ତି। କେବଳ ଏତିକି ନୁହେଁ ତେଲଙ୍ଗାନାର ବିଆରଏସ ବିଧାନ ପରିଷଦ ସଦସ୍ୟ କେ. କବିତା ମଧ୍ୟ ଓମ ର୍ବିଲାଙ୍କୁ ଏହି ପ୍ରସଙ୍ଗରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ମଧ୍ୟ ରମେଶ ବିଧୁରୀଙ୍କ ଅପମାନଜନକ ମନ୍ତବ୍ୟକୁ ନିନ୍ଦା କରିଛନ୍ତି।

ସୂଚନାଯୋଗ୍ୟ, ସଂସଦ ସ୍ବତନ୍ତ୍ର ଅଧିବେଶନରେ ଭାଜପାର ଲୋକ ସଭା ସଦସ୍ୟ ରମେଶ ବିଧୁରୀ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଏମ୍‌ପି କୁଅଁର ଦାନିସ ଅଲୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦୀୟ ହୋଇଛନ୍ତି। ନିମ୍ନ ସଦନରେ ଚନ୍ଦ୍ରୟାନ-୩ ମିଶନର ସଫଳତା ଉପରେ ଆଲୋଚନା ଚାଲିଥିବାବେଳେ ଦକ୍ଷିଣ ଦିଲ୍ଲୀ ସଂସଦୀୟ ଆସନର ସଦସ୍ୟ ବିଧୁରୀ ଉତ୍ତର ପ୍ରଦେଶ ଦାନିସ ଅଲୀଙ୍କୁ ‘ମୁସଲମାନ ଆତଙ୍କବାଦୀ’ ଆଖ୍ୟା ଦେଇଥିଲେ। ଏହାର ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ ହେବା ପରେ ବିବାଦୀୟ ସ୍ଥିତି ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri