Posted inଜାତୀୟ

ପାଇଲଟଙ୍କୁ ପରାଜିତ କରିବା ପାଇଁ ଭାଜପାର ବଡ ଷଡଯନ୍ତ୍ର

ଜୟପୁର,୨୮।୯: ଲୋକସଭାରେ ବିଏସପି ସାଂସଦ ଡାନିଶ ଅଲିଙ୍କୁ ଭାଜପା ସାଂସଦ ରମେଶ ବିଧୁରୀ ଅଶାଳୀନ ମନ୍ତବ୍ୟ ଦେଇଥିଲେ, ଯାହାକୁ ନେଇ ଜାତୀୟ ରାଜନୀତିରେ ଚର୍ଚ୍ଚା ଲାଗି ରହିଛି। ତେବେ ଏହି ବିବାଦ ଭିତରେ ବିଧୁରୀଙ୍କୁ ଆସନ୍ତା ରାଜସ୍ତାନ ବିଧାନସଭା ନିର୍ବାଚନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। କଂଗ୍ରେସ ଏମପି ସଚିନ ପାଇଲଟଙ୍କ ନିର୍ବାଚନମଣ୍ଡଳୀ ଟୋଙ୍କରେ ଭାଜପା ବିଧୁରୀଙ୍କୁ ଦାୟିତ୍ୱ ଦେଇଛି। ତେବେ ପାଇଲଟଙ୍କୁ ହରାଇବା ପାଇଁ ଭାଜପା ଏକ ବଡ ଷଡଯନ୍ତ୍ର କରୁଥିବା ନେଇ ରାଜନୀତିଜ୍ଞ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି।

ରାଜସ୍ଥାନ କଂଗ୍ରେସର ପୂର୍ବତନ ରାଜ୍ୟ ସଭାପତି ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ବର୍ତ୍ତମାନ ଟୋଙ୍କରୁ ବିଧାୟକ ଅଛନ୍ତି। ଅନୁମାନ କରାଯାଉଛି କି ଆଗାମୀ ବିଧାନସଭା ନିର୍ବାଚନରେ ସେ ସେଠାରୁ ନିର୍ବାଚନ ଲଢିବେ।

ପାଇଲଟ ଗୁଜ୍ଜର ସମ୍ପ୍ରଦାୟର ଅଟନ୍ତି। ତେଣୁ ଟୋଙ୍କରେ ଗୁଜ୍ଜର ସମ୍ପ୍ରଦାୟଙ୍କ ଭୋଟ ହାତେଇବା ପାଇଁ ଭାଜପା ନିଜର ଗୋଟି ଚାଳନା କରିଛି। ଟୋଙ୍କରେ ଭାଜପା ଗୁଜ୍ଜର ସମ୍ପ୍ରଦାୟର ସାଂସଦ ବିଧୁରୀଙ୍କୁ ଲଢିବା ପାଇଁ ଦାୟିତ୍ୱ ଦେଇଛି। ଟୋଙ୍କ ପାଇଲଟଙ୍କ ଗଡ଼ ବୋଲି ବିବେଚନା କରାଯାଏ। ଗତ ବିଧାନସଭା ନିର୍ବାଚନରେ ଅନୁମାନ କରାଯାଉଥିଲା କି ଯଦି କଂଗ୍ରେସ ଜିତେ ତେବେ ସଚିନ ପାଇଲଟ ମୁଖ୍ୟମନ୍ତ୍ରୀ ହେବେ, ତେଣୁ ରାଜସ୍ଥାନର ଗୁଜରମାନେ ଏକପାଖିଆ ଭାବେ କଂଗ୍ରେସ ସପକ୍ଷରେ ଭୋଟ ଦେଇଥିଲେ। ତେଣୁ ସେଠାରେ ଭାଜପାକୁ ବହୁତ କ୍ଷତି ସହିବାକୁ ପଡିଥିଲା। କିନ୍ତୁ, ଏଥର କଂଗ୍ରେସ ବିରୋଧରେ ଗୁଜ୍ଜରମାନଙ୍କର ଅସନ୍ତୋଷରୁ ଫାଇଦା ଉଠାଇବା ପାଇଁ ଭାଜପା ନିଜର ରଣନୀତି ପ୍ରସ୍ତୁତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri