Posted inଜାତୀୟ

ବିଏସପି ଏମ୍‌ପିଙ୍କ ବିରୋଧରେ ଆପତ୍ତିଜନକ ମାମଲା: ଅକ୍ଟୋବର ୧୦ରେ ବିଶେଷାଧିକାର କମିଟି ସମ୍ମୁଖରେ ପକ୍ଷ ରଖିବେ ରମେଶ ବିଧୁରୀ

ନୂଆଦିଲ୍ଲୀ,୪/୧୦: ବିଏସପି ଏମ୍‌ପି ଦାନିଶ ଅଲୀଙ୍କ ବିରୋଧରେ ସଂସଦରେ ଆପତ୍ତିଜନକ ମନ୍ତବ୍ୟ ଦେବା ମାମଲାରେ ଭାଜପା ଏମ୍‌ପି ରମେଶ ବିଧୁରୀ ଅକ୍ଟୋବର ୧୦ରେ ଲୋକସଭାର ବିଶେଷାଧିକାର କମିଟି ସମ୍ମୁଖରେ ହାଜର ହେବେ। ଏହି ସମୟରେ ସେ କମିଟି ନିକଟରେ ନିଜ ପକ୍ଷ ରଖିବେ।
ସଂସଦର ସ୍ବତନ୍ତ୍ର ଅଧିବେଶନ ଚାଲିଥିବାବେଳେ ନିମ୍ନ ସଦନରେ ଚନ୍ଦ୍ରୟାନ-୩ ମିଶନର ସଫଳତା ଉପରେ ଆଲୋଚନା ଚାଲିଥିବାବେଳେ ଦକ୍ଷିଣ ଦିଲ୍ଲୀ ସଂସଦୀୟ ଆସନର ସଦସ୍ୟ ବିଧୁରୀ ଉତ୍ତର ପ୍ରଦେଶ ଆମରୋହା ଏମ୍‌ପି ଦାନିସଙ୍କୁ ‘ମୁସଲମାନ ଆତଙ୍କବାଦୀ’ ଆଖ୍ୟା ଦେଇଥିଲେ। ବିରୋଧୀ ଦଳଗୁଡ଼ିକ ଏହାର ଦୃଢ଼ନିନ୍ଦା କରିଥିଲେ। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ, ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ଏମ୍‌ପି ସୁପ୍ରିୟା ସୁଲେ, ତୃଣମୂଳ କଂଗ୍ରେସ (ଟିଏମସି)ର ଅପରୁପା ପୋଦ୍ଦାର, ଡିଏମକେ ଏମ୍‌ପି କାନିମୋଝୀ ଏବଂ ଅନ୍ୟାନ୍ୟ ବିରୋଧୀ ଏମ୍‌ପି ଦାନିଶ ଅଲ୍ଲୀଙ୍କୁ ସମର୍ଥନ କରିଥିଲେ। ବିଧୁରୀଙ୍କ ବିବାଦୀୟ ମନ୍ତବ୍ୟ ସମ୍ପର୍କରେ ବାଚସ୍ପତିଙ୍କୁ ଏକ ଚିଠି ଲେଖି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏହି ଏମ୍‌ପିମାନେ ବିଶୋଧିକାର କମିଟିକୁ ପଠାଇବାକୁ ଦାବି ଉଠାଇଥିଲେ। ଶେଷରେ ବାଚସ୍ପତି ଏହି ମାମଲାର ଯାଞ୍ଚ ଲୋକସଭାର ବିଶେଷାଧିକାର କମିଟି କରିବ ବୋଲି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri