ଫେରାର ବିଡିଓ ୮ ବର୍ଷ ପରେ ଦିଲ୍ଲୀରୁ ଗିରଫ

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ଜୟପୁର,୨୨ା୮(ପବନ ପାଣିଗ୍ରାହୀ):୩୪ଲକ୍ଷ ଟଙ୍କାର ସରକାରୀ ଅର୍ଥ ହଡ଼ପ କରିବା ସହ ୭ଟି ଦୁର୍ନୀତି ମାମଲାରେ ସମ୍ପୃକ୍ତ ଥାଇ ଫେରାର ଥିବା କୋରାପୁଟ ଜିଲା ନାରାୟଣପାଟଣା ବ୍ଲକର ପୂର୍ବତନ ବିଡିଓ ରମେଶ ଚନ୍ଦ୍ର ସାହୁ (୬୫) ୮ବର୍ଷ ପରେ ଧରାପଡ଼ିଛନ୍ତି। ଅଭିଯୁକ୍ତ ରମେଶଙ୍କୁ ଭିଜିଲାନ୍ସ ଟିମ୍‌ ସୋମବାର ଦିଲ୍ଲୀରୁ ଗିରଫ କରିଛି। ଏହାପରେ ତାଙ୍କୁ ନୂଆଦିଲ୍ଲୀ ମେଟ୍ରୋପଲିଟାନ୍‌ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟକୁ ଚାଲାଣ କରାଯାଇଥିଲା। କୋର୍ଟଙ୍କ ଅନୁମତିକ୍ରମେ ସେଠାରୁ ଭିଜିଲାନ୍ସ ଅଧିକାରୀମାନେ ରମେଶଙ୍କୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ଓଡ଼ିଶା ଆଣିଛି। ତାଙ୍କୁ ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ରମେଶ ଫେରାର ହେବା ପରେ ଗତ ୮ବର୍ଷ ହେଲା ଦିଲ୍ଲୀ ଓ ଏହାର ଆଖାପାଖ ଅଞ୍ଚଳରେ ଲୁଚି ବୁଲୁଥିଲେ। ଏପରିକି ଗିରଫ ଭୟରେ ସେ ଆସାମ ଜୋରହାଟ ପଳାଇଯାଇଥିଲେ। ନିକଟରେ ସେ ପୁଣି ଦିଲ୍ଲୀକୁ ଫେରିଥିଲେ। ଏନେଇ ସୂଚନା ମିଳିବା ପରେ ଭିଜିଲାନ୍ସ ଟିମ୍‌ ତାଙ୍କ ଲୋକସେନ୍‌କୁ ଟ୍ରାପ୍‌ କରି କାବୁ କରିଥିଲା।
ରମେଶ ନାରାୟଣପାଟଣା ବିଡିଓ ଥିବାବେଳେ ଅନ୍ୟମାନଙ୍କ ସହ ମିଶି ବ୍ଲକ୍‌ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି କରିଥିଲେ। ସରକାରଙ୍କ ଏତଲାକ୍ରମେ ତାଙ୍କ ନାମରେ କୋରାପୁଟ ଭିଜିଲାନ୍ସ ଥାନାରେ ୨୦୧୫ରେ ୭ଟି ମାମଲା ରୁଜୁ ହୋଇଥିଲା। ସେଗୁଡ଼ିକ ହେଲା ମାମଲା ନଂ.୧୬, ୧୭, ୧୮, ୧୯, ୨୦, ୨୧ ଓ ୩୮/୨୦୧୫। ଏହାପରେ ୨୦୧୫ ଫେବୃୟାରୀ ୨୩ରେ ରାଜ୍ୟ ସରକାର ତାଙ୍କୁ ନିଲମ୍ବିତ କରିଥିଲେ। ତେବେ ଗିରଫ ଭୟରେ ସେବେଠୁ ରମେଶ ଫେରାର ହୋଇଯାଇଥିଲେ। ଏପରିକି ବହୁଥର ତାଙ୍କୁ ଗିରଫ କରିବାକୁ ଚେଷ୍ଟା କରାଯାଇଥିବା ବେଳେ ପ୍ରତିଥର ସେ ଭିଜିଲାନ୍ସ ଟିମ୍‌କୁ ଚକ୍‌ମା ଦେଉଥିଲେ। ତେବେ ବିଭିନ୍ନ ଦୁର୍ନୀତି କରି ଫେରାର ଥିବା ସରକାରୀ କର୍ମଚାରୀଙ୍କୁ ଧରିବାକୁ ଆରମ୍ଭ ହୋଇଥିବା ସ୍ବତନ୍ତ୍ର ଅଭିଯାନ ଜାରି ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri