Posted inଖେଳ

ପାକିସ୍ତାନ ଅଧିନାୟକଙ୍କୁ ବିବାହ କରିବାକୁ ଚାହୁଁଛନ୍ତି ରମିଜ ରାଜା

ଇସଲାମାବାଦ୍‌,୯।୮:ପାକିସ୍ତାନର ପୂର୍ବତନ କ୍ରିକେଟର ତଥା ପାକିସ୍ତାନ କ୍ରିକେଟ ବୋର୍ଡର ପୂର୍ବତନ ମୁଖ୍ୟ ରମିଜ ରାଜା ପାକିସ୍ତାନ ଅଧିନାୟକ ବାବର ଆଜମଙ୍କୁ ବିବାହ କରିବାକୁ ଚାହୁଁଛନ୍ତି। ଏକଥା ଅନ୍ୟ କେହି ନୁହେଁ ବରଂ ସେ ନିଜେ କହିଚନ୍ତି। ଏହା ପରେ ସୋସିଆଲ ମିଡିଆରେ ରମିଜ ରାଜାଙ୍କୁ ଟ୍ରୋଲ କରାଯାଉଛି। ବାବର ଆଜମ ଶ୍ରୀଲଙ୍କାର ଲଙ୍କା ପ୍ରିମିୟର ଲିଗରେ ଖେଳୁଛନ୍ତି। ସେ ପ୍ରଥମ ଥର ପାଇଁ ଏହି ଲିଗର ଏକ ଅଂଶ ହୋଇପାରିଛନ୍ତି ଏବଂ ଅଗଷ୍ଟ ୭ରେ ସେ ଏକ ଶତକ ଖେଳି ନିଜ ଦଳକୁ ଜିତାଇଥିଲେ। ମ୍ୟାଚ ବିଜୟୀ ଶତକ ହାସଲ କରିବା ପରେ ରମିଜ ରାଜା ପାକିସ୍ତାନ ଅଧିନାୟକଙ୍କ ପାଇଁ ପ୍ରଶଂସା କରିଥିଲେ।
ରମିଜ ରାଜା ଏଲପିଏଲ କମେଣ୍ଟ୍ରି ପ୍ୟାନେଲର ଏକ ଅଂଶ ଥିଲେ ଏବଂ ବାବର ଆଜାମଙ୍କୁ ତାଙ୍କର ଦଶମ ଟି-୨୦ ଶତକର ଅଭିନନ୍ଦନ ଜଣାଇବାବେଳେ ଏକ ମଜାଳିଆ ମନ୍ତବ୍ୟ ଦେଇଥିଲେ। ରମିଜ କହିଛନ୍ତି, ମୁଁ ତାଙ୍କୁ ସମ୍ପୂର୍ଣ୍ଣ ଭଲପାଏ – ତାଙ୍କୁ ବିବାହ କରିବାକୁ ଚାହୁଁଛି।
ଏଲପିଏଲରେ ଏକ ଶତକ ସହିତ ବାବର ଦ୍ୱିତୀୟ ବ୍ୟାଟ୍ସମ୍ୟାନ ଭାବେ ଟି-୨୦ କ୍ରିକେଟରେ ୧୦ମ ଶତକ ହାସଲ କରିଥିଲେ। କ୍ରିସ ଗେଲ ଟି-୨୦ରେ ସର୍ବାଧିକ ୨୨ ଶତକ ସ୍କୋର କରିବାର ରେକର୍ଡ ରଖିଛନ୍ତି।

https://twitter.com/SharyOfficial/status/1688618930418450434


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?