Posted inଜାତୀୟ

ପ୍ରଧାନମନ୍ତ୍ରୀ ସୂର୍ଯ୍ୟୋଦୟ ଯୋଜନା ଘୋଷଣା କଲେ ମୋଦି, ୧ କୋଟି ଘରେ ଲାଗିବ ସୋଲାର, ଏହି ମାନେ ହେବେ ଉପକୃତ

ନୂଆଦିଲ୍ଲୀ,୨୨।୧: ଅଯୋଧ୍ୟାରେ ରାମ ମନ୍ଦିରରେ ପ୍ରଭୁ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ଼ ସୋଲାର ଯୋଜନା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶବାସୀଙ୍କ ଘର ଛାତରେ ସୋଲାର ସିଷ୍ଟମ ରହିବା ଉଚିତ୍‌। ପିଏମ ମୋଦିଙ୍କ ଘୋଷଣା ଅନୁଯାୟୀ, ଯୋଜନା ଅନ୍ତର୍ଗତ ଏକ କୋଟି ଘରର ଛାତରେ ସୋଲାର ଲଗାଯିବ।

ପ୍ରଧାନମନ୍ତ୍ରୀ ମୋଦି ସୋମବାର ତାଙ୍କ ଅଫିସିଆଲ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି, ସୂର୍ଯ୍ୟବଂଶୀ ପ୍ରଭୁ ଶ୍ରୀ ରାମଙ୍କ ଆଲୋକରୁ ଦୁନିଆର ସମସ୍ତ ଭକ୍ତ ସଦୈବ ଶକ୍ତି ପାଆନ୍ତି। ଆଜି ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଶୁଭ ଅବସରରେ ମୋର ସଂକଳ୍ପ ଆହୁରି ଦୃଢ ହୋଇଛି ।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଅଯୋଧ୍ୟାରୁ ଫେରିବା ପରେ ମୁଁ ପ୍ରଥମ ନିଷ୍ପତ୍ତି ନେଇଛି ଯେ, ଆମ ସରକାର ଏକ କୋଟି ଘର ଉପରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କରିବାର ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ସୂର୍ଯ୍ୟୋଦୟ ଯୋଜନା ଆରମ୍ଭ କରିବେ । ଏହା କେବଳ ଗରିବ ଏବଂ ମଧ୍ୟବିତ୍ତଙ୍କ ବିଦ୍ୟୁତ୍‌ ବିଲ ହ୍ରାସ କରିବ ନାହିଁ, ବରଂ ଶକ୍ତି କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭରଶୀଳ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri