ଖୋଲିଲା ରାମଲିଙ୍ଗେଶ୍ୱର ଉଦ୍ୟାନ

ବ୍ରହ୍ମପୁର ଅଫିସ୍‌,୨୯ା୮: ବ୍ରହ୍ମପୁର ସହରକୁ ମନ୍ତ୍ରୀ ଓ ବିଧାୟକଙ୍କ ଗସ୍ତ ସମୟରେ ରାମ ଲିଙ୍ଗେଶ୍ୱର ଉଦ୍ୟାନ ବନ୍ଦ ରହୁଥିବା ବେଳେ ଶୁକ୍ରବାର ସର୍ବସାଧାରଣଙ୍କ ନିମନ୍ତେ ଖୋଲାଯାଇଛି। କିନ୍ତୁ ପାର୍କରେ କଟକଣାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସହରକୁ ମନ୍ତ୍ରୀ ଓ ବିଧାୟକଙ୍କ ଗସ୍ତ ସମୟରେ ରାମଲିଙ୍ଗେଶ୍ୱର ଉଦ୍ୟାନକୁ ଆସନ୍ତା ୩୦ ତାରିଖ ଯାଏ ବନ୍ଦ କରିବା ନେଇ ବିଏମ୍‌ସି ପକ୍ଷରୁ ଉଦ୍ୟାନ ସମ୍ମୁଖରେ ଫଳକ ଲଗାଇ ସୂଚନା ଦିଆଯାଇଥିଲା। ଯାହାକୁ ନେଇ ଭାଜପା ପକ୍ଷରୁ ତୀବ୍ର ବିରୋଧ କରାଯାଇଥିଲା। ଏହାପରେ ବର୍ତ୍ତମାନ ସର୍ବସାଧାରଣଙ୍କ ନିମନ୍ତେ ରାମଲିଙ୍ଗେଶ୍ୱର ଉଦ୍ୟାନ ଖୋଲାଯାଇଛି। ବର୍ତ୍ତମାନ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସମୟ ସୀମା ଧାର୍ଯ୍ୟ କରାଯାଇଛି। କିନ୍ତୁ ପାର୍କରେ ସର୍ବସାଧାରଣଙ୍କ ନିମନ୍ତେ ଗୋଟିଏ ପାର୍ଶ୍ୱ ଖୋଲାଯାଇଥିବା ବେଳେ ଅନ୍ୟ ଏକ ପାର୍ଶ୍ୱକୁ ବନ୍ଦ କରାଯାଇଥିବା ନେଇ ଅସନ୍ତୋଷ ଦେଖାଦେଇଛି। ପାର୍କର ଅନ୍ୟ ଏକ ପାର୍ଶ୍ୱରେ ମହାଦେବଙ୍କ ପ୍ରତିମୂର୍ତ୍ତିର ସାୈନ୍ଦର୍ଯ୍ୟ ଉପଭୋଗ କରିବା ସହ ବସିବା ନିମନ୍ତେ ସୁବିଧା କରାଯାଇଛି। ଏହି ସ୍ଥାନଟିକୁ ମନ୍ତ୍ରୀ ଓ ବିଧାୟକଙ୍କ କାର୍ଯ୍ୟକ୍ରମ କାରଣରୁ ସର୍ବସାଧାରଣଙ୍କ ନିମନ୍ତେ ଏହାକୁ ବନ୍ଦ କରାଯାଇଥିବା ସେଠାରେ ବିଏମ୍‌ସିର ନିୟୋଜିତ କିଛି କର୍ମଚାରୀ ପ୍ରକାଶ କରିଛନ୍ତି। ଅନ୍ୟପଟେ ଏହି ସ୍ଥାନଟିକୁ ବନ୍ଦ କରାଯାଇଥିବାରୁ ବହୁ ସହରବାସୀ ନିରାଶ ହୋଇ ଫେରିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri