Posted inUncategorized

ରାମନବମୀ ମହୋତ୍ସବ ଶୋଭାଯାତ୍ରାରେ ବାଜିବ ନି ଡିଜେ

ଭଦ୍ରକ ଅଫିସ,୧୦।୩: ଭଦ୍ରକ ରାମନବମୀ ମହୋତ୍ସବ ଉପଲକ୍ଷେ ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ୩୩ ବର୍ଷରେ ପଦାର୍ପଣ କରିଥିବା ଏହି ମହୋତ୍ସବ ଉପଲକ୍ଷେ ଆସନ୍ତା ୧୨ ତାରିଖରେ ମାତୃଭୂମି ପାଇଁ ଗଣଦୌଡ଼, ୨୨ରେ ରାଷ୍ଟ୍ରୀୟ ନବବର୍ଷ ପାଳନ, ଗୋପୂଜନ ଓ ସାଧୁସନ୍ଥ ପୂଜନ, ୨୪ ଓ ୨୫ରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ୨୬ରେ ବାଲ ବଜରଙ୍ଗୀଙ୍କ ସାଇକେଲ ଶୋଭାଯାତ୍ରା, ୨୭ରେ ସାଂସ୍କୃତିକ କାର୍ଯ୍ୟକ୍ରମ, ୨୮ରେ ଆଜ୍ଞାମାଳ ଯାତ୍ରା ପରେ ମହିଳା କଳସ ଯାତ୍ରା ଓ ଶ୍ରୀରାମନବମୀ ଯଜ୍ଞ ଆରମ୍ଭ କରାଯିବ। ୨୯ରେ ୧୦୮ ହନୁମାନ ଚାଳିଶା ପାଠ ଓ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ୩୦ରେ ଯଜ୍ଞ ପୂର୍ଣ୍ଣାହୁତି, ନଗର ସଂକୀର୍ତ୍ତନ ଶୋଭାଯାତ୍ରା ହେବ। ଶାନ୍ତିଶୃଙ୍ଖଳା ବ୍ୟବସ୍ଥା ସହ ୨୬ରୁ ୩୦ ତାରିଖ ୫ଦିନ ଜିଲାରେ ମଦ ଦୋକାନ ବନ୍ଦ ରଖିବା, ପାନୀୟ ଜଳ ଯୋଗାଣ, ରାସ୍ତା ମରାମତି ସହ ଆଲୋକ ବ୍ୟବସ୍ଥା, ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ, ଅଗ୍ନିଶମ ସେବା ବ୍ୟବସ୍ଥା ଆଦି ନେଇ ବିଭାଗୀୟ ଅଧିକାରୀମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ମେଢ଼ ଶୋଭାଯାତ୍ରାରେ ଡିଜେ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ, ସାମାଜିକ ଗଣମାଧ୍ୟମର ଦୂରୁପଯୋଗ ପ୍ରତି ସତର୍କତା ଓ ସଚେତନତା ସୃଷ୍ଟି ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି।
ଏସ୍‌ପି ବରୁଣ ଗୁଣ୍ଟୁପାଲି, ଅତିରିକ୍ତ ଜିଲାପାଳ ରାମଦାସ ଟୁଡୁ, ଉପଜିଲାପାଳ ମନୋଜ ପାତ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷ କୁମାର ପାତ୍ର, ସହକାରୀ ଜିଲାପାଳ କାର୍ତ୍ତିକ ନାଥ ମଣ୍ଡଳ ପ୍ରମୁଖ ଯୋଗ ଦେଇଥିଲେ। ରାମ ନବମୀ ମହୋତ୍ସବ କମିଟି ସଭାପତି ରାୟ ରାମାନନ୍ଦ ମହାପାତ୍ର, କାର୍ଯ୍ୟକାରୀ ସଭାପତି ବ୍ୟୋମକେଶ ସେନାପତି, ସମ୍ପାଦକ ଶରତ ଚନ୍ଦ୍ର ପଢ଼ିହାରୀ ପ୍ରମୁଖ କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ। ମୁସ୍‌ଲିମ୍‌ ଜମାତ୍‌ ପକ୍ଷରୁ ସେକ୍‌ ଅନୱାର ହୋସେନ ଓ ଅବଦୁଲ ମୋକିତ୍‌ ଖଁା ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?