ଅନିଶ୍ଚିତତା ଘେରରେ ରାମନଗର ଔଷଧୀୟ ନର୍ସରି: ବନ ବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନ

ମହାକାଳପଡ଼ା, ୨୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ରାମନଗର କାଜୁଜଙ୍ଗଲ ସଫା କରାଯାଇ ୧୨ ଏକର ବାଲିଆ ଜମିରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଏକ ଔଷଧୀୟ ନର୍ସରି ସ୍ଥାପନ କରାଯାଇଛି। ଉକ୍ତ ନର୍ସରି ଚାରିପାଖରେ ସିମେଣ୍ଟ ଖୁଣ୍ଟ ଓ ତାରବାଡ଼ ବୁଲାଯାଇ ଅଦ୍ୟାବଧି ୨ ସପ୍ତାହ ମଧ୍ୟରେ ପ୍ରାୟ ଅଢ଼େଇ ହଜାର ଚାରାରୋପଣ କରାଯାଇଛି। ଅପରପକ୍ଷରେ ଏହି ନର୍ସରିରେ ଦିନକୁ ୩ ଥର ପାଣି ସିଞ୍ଚନ କରାଯାଉଛି। ହେଲେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଡହଡହ ଖରାରେ ବଡ଼ ଚାରାଗୁଡ଼ିକ ଝାଉଁଳିଯାଉଥିବା ଦେଖିବାକୁ ମିଳୁଛି।
ନୟାଗଡ଼ ଅଞ୍ଚଳରୁ ଫାସି, କଂସ, ବଉଳ, କରଞ୍ଜ, ନିମ୍ବ ଓ ଅନ୍ୟାନ୍ୟ ଔଷଧୀୟ ଚାରା ଆଦି ରୋପଣ କରାଯାଇଥିଲେ ମଧ୍ୟ ଏହା ଜୀବିତ ରହିବା ଅନିଶ୍ଚିତତା ଘେରରେ ରହିଛି। ସାଧାରଣତଃ ମୌସୁମୀ ବାୟୁ ପ୍ରବେଶର ପ୍ରକୃଷ୍ଠ ସମୟ ବର୍ଷାଋତୁ ଆରମ୍ଭରୁ ଚାରାରୋପଣ କରାଯାଇଥାଏ। ହେଲେ ବନ ବିଭାଗର ଦୂରଦୃଷ୍ଟି ଅଭାବରୁ ନର୍ସରିର ଭବିଷ୍ୟତକୁ ନେଇ ଆଶଙ୍କା ପ୍ରକାଶ ପାଇଛି ବୋଲି ପରିବେଶପ୍ରେମୀ ସୁବାସ ସ୍ବାଇଁ କହିଛନ୍ତି। ଅପରପକ୍ଷରେ ଏହି ନୂଆ ନର୍ସରିରେ ମୋଟ ୫ହଜାର ଚାରାରୋପଣ କରାଯିବ ବୋଲି ବନ ବିଭାଗ କର୍ମଚାରୀ କହିଛନ୍ତି। ତେବେ ପ୍ରବଳ ଗ୍ରୀଷ୍ମ ଅନୁଭୂତ ଯୋଗୁ ଚାରା ରୋପଣ କରାଯିବାର କି ପ୍ରକାର ଯଥାର୍ଥତା ରହିଛି ତାହା ବିଭାଗୀୟ ସ୍ବଚ୍ଛତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। କାହିଁକି ଏହି ପ୍ରବଳ ଖରାରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ଚାରା ରୋପଣ କରାଯାଉଛି ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି କହିଛନ୍ତି ସ୍ଥାନୀୟ ବୁଦ୍ଧିଜୀବୀ ଲକ୍ଷ୍ମୀକାନ୍ତ ସ୍ବାଇଁ । ଚାରାରୋପଣ କରାଯାଇଛି ହେଲେ ରକ୍ଷଣାବେକ୍ଷଣ ପାଇଁ କ୍ୟାମ୍ପ ଗୃହ ନିର୍ମାଣ କରାଯାଇନାହିଁ ବୋଲି ଦେଖିବାକୁ ମିଳିଛି। କିପରି ଏହି ବୃହତ୍‌ ନର୍ସରିର ସୁରକ୍ଷିତ ରହିବ ତାହା ପ୍ରାଥମିକତା ଦେବା ପାଇଁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ରାଜନଗର ବନଖଣ୍ଡ ଅଧିକାରୀ ଭରଦ୍ୱାଜ ଗାଁଓଙ୍କରଙ୍କୁ ପଚାରିବାରେ ରାମନଗର ସ୍ଥିତ ଔଷଧୀୟ ଚାରାରୋପଣର ସରଜମିନ ତଦନ୍ତ କରାଯିବ ବୋଲି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

 ଥୁଆମୂଳ ରାମପୁର ବ୍ଲକରେ ଭବ୍ୟ ରଥଯାତ୍ରା: ପ୍ରବଳ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁ ଟାଣିଲେ ରଥ

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ…

ଫାଇନାଲ ଦେଖିବାକୁ ଯିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ..

ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍‌ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍‌ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri