Posted inଜାତୀୟ

ରାମସେତୁକୁ ଐତିହାସିକ ସ୍ମାରକୀ ମାନ୍ୟତା ମାମଲା, ମାର୍ଚ୍ଚ ୯ରେ ଶୁଣାଣି…

ନୂଆଦିଲ୍ଲୀ, ୨୩।୨ : ରାମ ସେତୁକୁ ଜାତୀୟ ସ୍ମାରକୀ ଘୋଷଣା କରି ସୁରକ୍ଷା ଦାବି ଉପରେ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ମାର୍ଚ୍ଚ ୯ରେ ଏହି ମାମଲାର ଶୁଣାଣି କରିବାକୁ ପ୍ରଧାନ ବିଚାରପତି ନିଶ୍ଚିତ କରିଛନ୍ତି। ୟୁପିଏ ଶାସନ ସମୟରେ ସେତୁ ସାମୁଦ୍ରମ ପ୍ରକଳ୍ପ ଅଧୀନରେ ରାମ ସେତୁକୁ ଜାହାଜ ପାଇଁ ରାସ୍ତା ଭାଙ୍ଗିବାକୁ ପଡିବାକୁ ପଡ଼ିବ ବୋଲି କୁହାଯାଇଥିଲା। ପରେ ଏହି କାର୍ଯ୍ୟ ବନ୍ଦ ହୋଇ ଯାଇଥିଲା।

ରାମ ସେତୁକୁ ଜାତୀୟ ସ୍ମାରକୀ ଭାବରେ ଘୋଷଣା କରିବାକୁ ଚାହୁଁଥିବା ଏହି ଆବେଦନ ଦୀର୍ଘ ସମୟ ଧରି ବିଚାରାଧୀନ ଅଛି। ସ୍ବାମୀ ପ୍ରଧାନ ବିଚାରପତି ଏନ.ଭି. ରମନା, ଜଷ୍ଟିସ ଏ.ଏସ. ବୋପାନ୍ନା ଏବଂ ଜଷ୍ଟିସ ହିମା କୋହଲିଙ୍କ ଏକ ବେଞ୍ଚକୁ କହିଛନ୍ତି ଯେ ଗତ କିଛି ମାସ ହେବ ଏହି ଆବେଦନ ଶୁଣାଣି ହୋଇ ନଥିଲା ଏବଂ ଏହାକୁ କାର୍ଯ୍ୟ ସୂଚୀ ତାଲିକାରୁ ହଟାଯାଇ ନାହିଁ। ମାର୍ଚ୍ଚ ୯ ରେ ଏହାର ଶୁଣାଣି ହେବ ବୋଲି ବେଞ୍ଚ କହିଛନ୍ତି।

ସ୍ବାମୀ ଗତ ବର୍ଷ ମାର୍ଚ୍ଚ ୮ ରେ ଜରୁରୀ ଶୁଣାଣି ପାଇଁ ତାଙ୍କ ଆବେଦନ ଉପସ୍ଥାପନ କରିଥିଲେ। ଏହାପୂର୍ବରୁ ୨୩ ଜାନୁୟାରୀ ୨୦୨୦ରେ ହାଇକୋର୍ଟ କହିଥିଲେ ଯେ ତିନିମାସ ପରେ ସ୍ବାମୀଙ୍କ ଆବେଦନ ଉପରେ ବିଚାର କରାଯିବ।

୧୩ ନଭେମ୍ବର ୨୦୧୯ ରେ ସୁପ୍ରିମକୋର୍ଟ ରାମ ସେତୁ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ କେନ୍ଦ୍ର ସରକାରଙ୍କୁ ଛଅ ସପ୍ତାହ ସମୟ ଦେଇଥିଲେ। କୋର୍ଟ କହିଥିଲେ ଯେ ଯଦି କେନ୍ଦ୍ର ସରକାର ଏହାର ଜବାବ ନ ଦିଅନ୍ତି ତେବେ ସ୍ବାମୀଙ୍କୁ କୋର୍ଟରେ ପହଞ୍ଚିବାର ସ୍ବାଧୀନତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri