ବୋଡ଼ାକୁ ଗିଳିଲା ରଣା

ଦଶରଥପୁର,୧୧ା୭(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କ ଘରେ ଥିବା ବେଙ୍ଗ ଖାଇବାକୁ ଯାଇ ଦୁଇ ସାପଙ୍କ ମଧ୍ୟରେ ଲଢ଼େଇ ହୋଇଥିଲା। ଏଥିରେ ବେଙ୍ଗର ମୃତ୍ୟୁ ହୋଇଥିବା ବେଳେ ରଣା ସାପ ବୋଡ଼ା ଗିଳିଦେଇଛି। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲା ମଙ୍ଗଳପୁର ଥାନା ଅଧୀନ ଚାଉଳିଆ ଗ୍ରାମରେ। ଶନିବାର ପୂର୍ବାହ୍ନ ୧୧ଟା ସମୟରେ ଗ୍ରାମର କୈଳାସ ପଣ୍ଡାଙ୍କ ବାସଗୃହରେ ପାଖାପାଖି ୭ଫୁଟ୍‌ ଲମ୍ବର ରଣା ସାପ ଓ ବୋଡ଼ା ସାପ ଏକ ବେଙ୍ଗ ଖାଇବାକୁ ଲଢ଼େଇ ଲାଗିଥିଲୋ। ଉଭୟ ସାପ ଦୁଇଟି ବେଙ୍ଗକୁ ଉଭୟ ପାର୍ଶ୍ୱରୁ ଖାଇବାକୁ ଉଦ୍ୟମ କରିଥିବା ପରିବାର ଲୋକେ ଦେଖି ଭୟଭିତ ହୋଇପଡ଼ିଥିଲେ। ଖବର ଜଣାପଡ଼ିବା ପରେ ସାପ ଦେଖିବାକୁ ସେଠାରେ ସ୍ଥାନୀୟ ଲୋକଙ୍କ ସମାଗମ ବଢ଼ିଥିଲା। ଖବର ପାଇ ସ୍ନେକ୍‌ ହେଲ୍ପଲାଇନ୍‌ ସଦସ୍ୟ ଚିତ୍ତରଞ୍ଜନ ପଣ୍ଡା ପହଞ୍ଚତ୍ଥିଲେ। ମାତ୍ର ସେତେବେଳକୁ ବେଙ୍ଗର ମୃତ୍ୟୁ ହୋଇସାରିଥିବା ବେଳେ ରଣା ସାପଟି ବୋଡ଼ା ସାପକୁ ଅର୍ଦ୍ଧାଧିକ ଗିଳି ସାରିଥିଲା। ଚିତ୍ତରଞ୍ଜନ ଚତୁରତାର ସହିତ ରଣାକୁ କରାୟତ କରିଥିଲେ। ପରେ ରଣା ସାପଟି ଗିଳିଥିବା ବୋଡ଼ାକୁ ବାହାର କରିଥିଲା। କିନ୍ତୁ ବୋଡ଼ା ସାପଟି ମରିଯାଇଥିବା ଦେଖିବାକୁ ମିଳିଛି। ତେବେ ରଣା ସାପଟିକୁ ତା’ର ପ୍ରାକୃତିକ ଆବାସସ୍ଥଳୀରେ ଛଡ଼ାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?