ଜନ୍ମମାଟିରେ ଜଳିଲା ଯବାନ ରାଣାପ୍ରତାପଙ୍କ ଜୁଇ

ଅନୁଗୋଳ ଅଫିସ,୧୧ା୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ବୀର ଯବାନ ରାଣାପ୍ରତାପ ଦାସଙ୍କ ଜୁଇ ତାଙ୍କ ଜନ୍ମମାଟି କୃଷ୍ଣଚନ୍ଦ୍ରପୁର ଗାଁରେ ଜଳିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୀର ରାଣାଙ୍କୁ ତାଙ୍କ ପୁତୁରା ଅତିସ ଦାସ ମୁଖାଗ୍ନି ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜି ବିମାନ ବନ୍ଦରରେ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ଦେଇଥିଲେ। ସେହିପରି ବିରୋଧୀ ଦଳ ବିଧାୟକ, ପୋଲିସ ଡିଜି ଏବଂ ଅନ୍ୟ ବରିଷ୍ଠ ନେତାମାନେ ରାଣାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

ଗତ ବୁଧବାର ସିଡିଏସ ବିପିନ ରାଓ୍ବତ ତାମିଲନାଡୁର ଓ୍ବେଲିଂଟନକୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଉଥିଲେ। ତାମିଲନାଡୁର କୁନ୍ନୁରଠାରେ ଏହି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ବିପିନଙ୍କ ସହିତ ତାଙ୍କ ସ୍ତ୍ରୀ ଓ ଅନ୍ୟ ସେନାଧିକାରୀ ଥିଲେ। ସେମାନଙ୍କ ମଧ୍ୟରେ ତାଳଚେରର ପୁଅ ରାଣାପ୍ରତାପ ଦାସ ମଧ୍ୟ ଥିଲେ। ସେ ବାୟୁସେନାର ଜୁନିଅର ଓ୍ବାରେଣ୍ଟ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ଏହି ଦୁର୍ଘଟଣାରେ ମୋଟ ୧୩ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri