ଷ୍ଟାଡିୟମରେ ରଣବୀର-ଆଲିଆ

ବି-ଟାଉନର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କୁ ଏବେ ଫୁଟବଲ ଫିବର୍‌ ଘାରିଛି। ଇଣ୍ଡିଆନ ସୁପର ଲିଗ ଅଫ ଇଣ୍ଡିଆର ଏକ ମ୍ୟାଚ୍‌ ମୁମ୍ବାଇ ଏଫ୍ସି ବନାମ କେରଳ ବ୍ଲାଷ୍ଟର୍ସ ମଧ୍ୟରେ ମ୍ୟାଚ ଖେଳାଯାଇଥିଲା। ରଣବୀର-ଆଲିଆ ମୁମ୍ବାଇ ଏଫସିର ମନୋବଳ ବଢାଇବା ପାଇଁ ଷ୍ଟାଡିୟମରେ ପହଞ୍ଚିଥିଲେ।
ରଣବୀର ଫୁଟବଲକୁ ବହୁତ ଭଲ ପାଆନ୍ତି। ଆଇଏସଏଲ ଆରମ୍ଭ ସମୟରେ ରଣବୀର ମୁମ୍ବାଇ ଫୁଟବଲ ଦଳ କିଣିଥିଲେ। ସେ ତାଙ୍କ ଫୁଟବଲ ଦଳକୁ ଚିୟର୍‌ କରିବା ପାଇଁ ଷ୍ଟାଡିୟମରେ ପହଞ୍ଚିଥିଲେ। ରଣବୀରଙ୍କ ସହ ଆଲିଆ ମଧ୍ୟ ଉପସ୍ଥିତ ଥିଲେ। ମୁମ୍ବାଇ ଏଫସିର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲ ଉଭୟଙ୍କ ଫଟୋ ଶେୟାର କରାଯାଇଛି। ରଣବୀର ମୁମ୍ବାଇ ଏଫସିର ଜ୍ୟାକେଟ, କ୍ୟାପ, ବ୍ଲୁ ଜିନ୍ସ ଏବଂ ଧଳା ସ୍ନେକର୍‌ ପିନ୍ଧିଛନ୍ତି। ଅନ୍ୟପକ୍ଷରେ, ଆଲିଆ ମଧ୍ୟ କଳା ଜ୍ୟାକେଟ୍‌, ଜିନ୍ସ ଏବଂ ଧଳା ସ୍ନେକର୍‌ ପିନ୍ଧିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ରଣବୀରଙ୍କ ଦଳ ଜିତିଛି। ମୁମ୍ବାଇ ଦଳ କେରଳ ଦଳକୁ ୪-୦ ବ୍ୟବଧାନରେ ପରାସ୍ତ କରିଛି।

 

View this post on Instagram

 

A post shared by Ranbir Kapoor (@ranbirkapooronline)


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri