ରାଗିଲେ ରଣବୀର!

ମୁମ୍ବାଇ: ବଲିଉଡ ଷ୍ଟାର ତଥା ନ୍ୟୁ ଡାଡ ରଣବୀର କପୁର ଏବେ ତାଙ୍କ ଅପକମିଂ ମୁଭି ‘ତୁ ଝୁଠି ମେ ମକ୍କାର’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି । ନିକଟରେ ଅଭିନେତା ଫିଲ୍ମର ପ୍ରମୋଶନ ପାଇଁ ଟେଲିଭିଜନ ରିୟଲିଟି ଶୋ’ ‘ଇଣ୍ଡିଆନ ଆଇଡଲ’ରେ ପହଞ୍ଚିଥିଲେ । ଏହି ସମୟରେ ସେ ଜଣେ କୁନି କଣ୍ଟେଷ୍ଟାଣ୍ଟଙ୍କ ଖୁବ୍ କଥା ହୋଇଥିଲେ ।
୪୦ ବର୍ଷୀୟ ଅଭିନେତାଙ୍କୁ ଯେତେବେଳେ ସେହି କୁନି ପ୍ରତିଯୋଗୀ ଜଣକ ‘ରଣବୀର ଅଙ୍କଲ’ ବୋଲି କହି ଦେଇଥିଲେ ସେତେବେଳେ ସେ ରିଆକ୍ଟ କରି କହିଥିଲେ, ‘ୟାର ମୁଝେ ଅଙ୍କଲ ମତ ବୁଲା ୟାର’ । ରଣବୀର ସାମାନ୍ୟ ରାଗି ଯାଇଥିଲେ ବୋଲି କୁହାଯାଉଛି । ଏହା ଶୁଣିବା ପରେ କୁନି ପ୍ରତିଯୋଗୀ ଜଣଙ୍କ ହସିଦେଇ ରଣବୀରଙ୍କୁ ପ୍ରଶ୍ନ କରିଥିଲେ ତେବେ ମୁଁ ଆପଣଙ୍କୁ କ’ଣ କହି ଡାକିବି । ଏହାକୁ ନେଇ ରଣବୀର କହିଥିଲେ ଆରକେ ବୁଲାଦୋ । ଏହାପରେ କୁନି ଝିଅଟି କହୁଛନ୍ତି ମୁଁ ଆପଣଙ୍କୁ ହୋଲି ଅବସରରେ ଟିକେ ରଙ୍ଗ ଲଗାଇବାକୁ ଚାହୁଁଛି । ଏହାପରେ ରଣବୀର ମଞ୍ଚ ଉପରକୁ ଆସି ସେହି କୁନି ପ୍ରତିଯୋଗୀଙ୍କ ସହ ରଙ୍ଗ ଖେଳିଛନ୍ତି ।
ମଞ୍ଚ ଉପରେ ପ୍ରତିଯୋଗୀ ଜଣଙ୍କ ରଣବୀରଙ୍କୁ ପ୍ରଶ୍ନ କରିଛନ୍ତି ଯେ ଆପଣ ତ ଦାଢି ନିଶ କାଟୁ ନାହାନ୍ତି, ଏହା ଆପଣଙ୍କ ଝିଅକୁ ଗୁଦଗୁଦି କରୁନି । ଏହାର ଉତ୍ତରରେ ନ୍ୟୁ ପିତା କହିଛନ୍ତି, ମୋତେ ତ ଭୟ ଲାଗୁଛି କି ଆଉ ଦୁଇମାସ ପରେ ମୁଁ ଦାଢି କାଟିଦେଲେ ମୋ ଝିଅ ଆଉ ମୋତେ ଚିହ୍ନିପାରିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri