ପ୍ରଥମ ସ୍ତ୍ରୀଙ୍କୁ ଏପର୍ଯ୍ୟନ୍ତ ଭେଟିନାହାନ୍ତି ରଣବୀର

ଫିଲ୍ମ ‘ସାୱରିଆ’ ଜରିଆରେ ବଲିଉଡରେ ପ୍ରବେଶ କରିଥିବା ରଣବୀର କପୁରଙ୍କ ଆଜି ଲକ୍ଷ ଲକ୍ଷ ପ୍ରଶଂସକ ଅଛନ୍ତି। ରଣବୀର ୨୦୨୨, ଏପ୍ରିଲ ୧୪ରେ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ବିବାହ କରିଥିଲେ। ବିବାହ ପରେ ଉଭୟ ନିଜ ନିଜ କାମରେ ବ୍ୟସ୍ତ ଅଛନ୍ତି। କିନ୍ତୁ ଜାଣନ୍ତି କି ଆଲିଆ ରଣବୀରଙ୍କର ପ୍ରଥମ ସ୍ତ୍ରୀ ନୁହଁନ୍ତି। ଏକଥା ଆମେ ନୁହେଁ, ରଣବୀର ନିଜେ ତାଙ୍କର ଶେଷ ସାକ୍ଷାତକାରରେ ଏହାର ଖୁଲାସା କରିଛନ୍ତି। ସେ ଏପର୍ଯ୍ୟନ୍ତ ତାଙ୍କର ପ୍ରଥମ ସ୍ତ୍ରୀଙ୍କୁ ଭେଟି ନାହାଁନ୍ତି। ଖୁବ୍‌ଶୀଘ୍ର ସାକ୍ଷାତ କରିବାକୁ ଆଶା ରଖିଛନ୍ତି ରଣବୀର।
ସେ କହିଛନ୍ତି, ଜଣେ ଯୁବତୀ ମୋ ବଙ୍ଗଳା ବାହାରକୁ ଆସିଥିଲେ। ମୁଁ ତାଙ୍କୁ କେବେବି ଭେଟି ନ ଥିଲି। କିନ୍ତୁ ଓ୍ବାଚ୍‌ମ୍ୟାନ୍‌ ମୋତେ କହିଥିଲେ, ସେ ଏକ ପଣ୍ଡିତ ସହିତ ଆସି ମୋ ଘର ଗେଟ୍‌କୁ ବିବାହ କରିଥିଲେ। ଗେଟ୍‌ରେ ଏକ ଟିକା ଲାଗିଥିଲା ଏବଂ କିଛି ଫୁଲ ମଧ୍ୟ ଲଗାଯାଇଥିଲା। ଏହା ଦେଖି ମୁଁ ଆଶ୍ଚର୍ଯ୍ୟ ହୋଇଯାଇଥିଲି। ମୁଁ ଏପର୍ଯ୍ୟନ୍ତ ମୋର ପ୍ରଥମ ସ୍ତ୍ରୀଙ୍କୁ ଭେଟି ନାହିଁ।
ଆଜିକାଲି ରଣବୀର କପୁର ତାଙ୍କ ଫିଲ୍ମ ‘ଶମଶେରା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଫିଲ୍ମର ଟ୍ରେଲର ରିଲିଜ ହୋଇଛି। େଟ୍ରେଲରରେ ଦର୍ଶକ ରଣବୀରଙ୍କ ଚରିତ୍ରକୁ ବହୁତ ପସନ୍ଦ କରଛନ୍ତି। ଫିଲ୍ମଟି ଆସନ୍ତା ଜୁଲାଇ ୨୨ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଫିଲ୍ମରେ ସଞ୍ଜୟ ଦତ୍ତ ଏବଂ ବାଣୀ କପୁର ମୁଖ୍ୟ ଭୂମିକାରେ ଅଭିନୟ କରିବେ। ରଣବୀରଙ୍କ ପରବର୍ତ୍ତୀ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ମଧ୍ୟ ସେପ୍ଟେମ୍ବର ୯ରେ ରିଲିଜ ପାଇଁ ପ୍ରସ୍ତୁତ ଅଛି। ଏଥିରେ ସେ ତାଙ୍କ ସ୍ତ୍ରୀ ଆଲିଆଙ୍କ ସହ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri