ଆଲିଆଙ୍କ ଏହି ଗୁଣକୁ ବଦଳାଇଦେଲେ ରଣବୀର

ବଲିଉଡ୍‌ର ପାଓ୍ବାରଫୁଲ କପଲ୍‌ମାନଙ୍କ ମଧ୍ୟରେ ଅଭିନେତା ରଣବୀର କପୁର ଓ ଅଭିନେତ୍ରୀ ଆଲିଆ ଭଟ୍ଟ ଅନ୍ୟତମ। ରଣବୀର ଏକ ସାକ୍ଷାତ୍‌କାରରେ ଆଲିଆଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ବିଭିନ୍ନ ରୋଚକ ତଥ୍ୟ ପ୍ରଘଟ କରିଛନ୍ତି। ବିବାହ ପରେ ଉଭୟଙ୍କ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଆଲିଆ ନିଜର ବ୍ୟବହାର ଓ ଅଭ୍ୟାସରେ ଅନେକ ପରିବର୍ତ୍ତନ ଆଣିଥିବା ରଣବୀର କହିଛନ୍ତି। ଏକ ଉଦାହରଣ ଦେଇ ରଣବୀର କହିଛନ୍ତି, ଆଲିଆଙ୍କର ପୂର୍ବରୁ ବଡ଼ ପାଟିରେ କଥା ହେବାର ଅଭ୍ୟାସ ଥିଲା। ସେ ବଡ଼ ପାଟିରେ କଥା ହେବା ଯୋଗୁ ତାଙ୍କୁ ଅସୁବିଧା ହୁଏ ବୋଲି ରଣବୀର ଆଲିଆଙ୍କୁ ଜଣାଇଥିଲେ। ତେଣୁ ଆଲିଆ ବଡ଼ ପାଟିରେ କଥା ହେବାନେଇ ନିଜର ଥିବା ଅଭ୍ୟାସକୁ ପରିବର୍ତ୍ତନ କରିବାକୁ ପ୍ରୟାସ ଜାରି ରଖିଛନ୍ତି। ତେବେ କୌଣସି ବ୍ୟକ୍ତିଙ୍କଠାରେ ୩୦ରୁ ଅଧିକ ବର୍ଷ ଧରି ରହିଆସିଥିବା ଅଭ୍ୟାସକୁ ବଦଳାଇବା ଏତେ ସହଜସାଧ୍ୟ ବ୍ୟାପାର ନୁହେଁ ବୋଲି ରଣବୀର ସ୍ବୀକାର କରିଛନ୍ତି। ସେମାନଙ୍କ ଦାମ୍ପତ୍ୟ ଜୀବନକୁ ସୁଖ ସମୃଦ୍ଧିରେ ଭରିବା ପାଇଁ ଆଲିଆ କରୁଥିବା ପ୍ରୟାସକୁ ରଣବୀର ପ୍ରଶଂସା କରୁଛନ୍ତି। ସେହିପରି ଆଲିଆଙ୍କ ଖୁସି ପାଇଁ ତାଙ୍କୁ ମଧ୍ୟ ନିଜର କିଛି ଅଭ୍ୟାସରେ ପରିବର୍ତ୍ତନ ଆଣିବା ଆବଶ୍ୟକ ବୋଲି ଏହି ସାକ୍ଷାତ୍‌କାରରେ ରଣବୀର ସ୍ବୀକାର କରିଛନ୍ତି।
ଦୀର୍ଘଦିନ ଧରି ରିଲେଶନ୍‌ଶିପରେ ରହିବା ପରେ ବଲିଉଡ୍‌ର ଏହି ଷ୍ଟାର ଯୋଡ଼ି ୨୦୨୨ ଏପ୍ରିଲ ୧୪ରେ ବିବାହ କରିଥିଲେ। ଉଭୟଙ୍କର ରାହା କପୁର ନାମ୍ନୀ ଶିଶୁ କନ୍ୟା ରହିଛନ୍ତି। ରଣବୀରଙ୍କୁ ଶେଷ ଥର ପାଇଁ ସନ୍ଦୀପ ରେଡ୍ଡୀ ବଙ୍ଗାଙ୍କ ସୁପରହିଟ୍‌ ଫିଲ୍ମ ‘ଆନିମଲ’ରେ ଦେଖିବାକୁ ମିଳିଥିଲା। ଆସନ୍ତା ବର୍ଷ ସଞ୍ଜୟ ଲିଲା ଭଁସାଲୀଙ୍କ ନିର୍ଦ୍ଦେଶିତ ‘ଲଭ୍‌ ଆଣ୍ଡ୍‌ ୱାର୍‌’ ଫିଲ୍ମରେ ଉଭୟ ଆଲିଆ ଓ ରଣବୀରଙ୍କ ସହ ଅଭିନେତା ଭିକି କୌଶଲ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri