୨୧ ଲକ୍ଷ ଟଙ୍କା ମୂଲ୍ୟର ପିତାଙ୍କ ଘଡି ପିନ୍ଧି ବିବାହ କଲେ ରଣବୀର

ମୁମ୍ବାଇ: ଷ୍ଟାର କପୁଲ ଆଲିଆ ଭଟ୍ଟ ଓ ରଣବୀର କପୁରଙ୍କ ପାଇଁ ଏପ୍ରିଲ ୧୪ ଏକ ସ୍ମୃତିର ଦିନ ହୋଇ ରହିଗଲା । ଆଲିଆ ଭଟ୍ଟ ହେଲେ କପୁର ଖାନଦାନର ବୋହୂ । ଏହି ବିବାହ ଖୁବ୍ ଧୁମ ଧାମରେ ହୋଇଥିବା ବେଳେ ଏବେ ଏହାର କିଛି ଫଟୋ ଓ ଭିଡିଓ ସାମ୍ନାକୁ ଆସିଛି । ଯାହା ଉଭୟଙ୍କ ପ୍ରଶଂସକଙ୍କ ମନକୁ ଖୁସ କରି ଦେଇଛି । ତେବେ ବିବାହ ପରେ ଆସିଥିବା ଭିଡିଓ ଓ ଫଟୋରୁ କିଛି କଥା ଜାଣିବାକୁ ମିଳିଛି ।
ବିବାହରେ ରଣବୀର କପୁରଙ୍କର ଏକ ଫଟୋ ଉଭୟ ରଣବୀର ଓ ତାଙ୍କ ପିତା ସ୍ୱର୍ଗତ ଋଷି କପୁରଙ୍କ ପ୍ରଶଂସକଙ୍କୁ ଇମୋଶନାଲ କରି ଦେଇଛି । ଘଟଣା ହେଲା ବିବାହ ମଣ୍ଡପକୁ ଯିବା ବେଳେ ରଣବୀର ହାତରେ ଯେଉଁ ଘଡିଟି ପିନ୍ଧିଥିଲେ ତାହା ଥିଲା ତାଙ୍କ ପିତା ଋଷି କପୁରଙ୍କର । ଏହି ଘଡିର ମୂଲ୍ୟ ପାଖାପାଖି ୨୧ ଲକ୍ଷ ଟଙ୍କା ହେବ । ଏଥିରେ ୧୮ କ୍ୟାରେଟ ହ୍ୱାଇଟ ଗୋଲ୍ଡ ବ୍ୟବହାର କରାଯାଇଛି । ଏହାର ଲୁକକୁ ଏନହାନ୍ସ କରୁଛି ବ୍ଲୁ ଲେଦର ଷ୍ଟ୍ରେପ । ଆଲିଆ-ରଣବୀରଙ୍କ ବିବାହ ୨୦୨୦ରେ ହେବାକୁ ଥିବା ବେଳେ କରୋନା ମହାମାରୀ କାରଣରୁ ଏବେ ଏହା ସମ୍ପନ୍ନ ହୋଇଛି । ଖୁବ ଧୁମଧାମରେ ଏହା ହୋଇଥିବା ବେଳେ ଏବେ ସବୁଠି ଏହି ଯୋଡିଙ୍କ ବିବାହକୁ ନେଇ ଲାଗିଛି ଚର୍ଚ୍ଚା ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri