ଦୀପିକା-ରଣଭୀରଙ୍କ ମଧ୍ୟରୁ କିଏ କାହାକୁ ବେଶୀ ଡରନ୍ତି

୨୦୨୧ରେ ବଲିଉଡ୍‌ର ସବୁଠୁ ପାୱାର୍‌ଫୁଲ୍‌ ଦମ୍ପତି ତାଲିକାର ସର୍ବାଗ୍ରେ ଅଛନ୍ତି ଅଭିନେତା ରଣଭୀର ସିଂ ଏବଂ ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଦୀପିକା ପାଦୁକୋନ। ଏକ ସର୍ଭେରେ ଏହି ଯୋଡି ଇଣ୍ଡଷ୍ଟ୍ରିରେ ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ଦୁହେଁ ସୋସିଆଲ ମିଡିଆରେ ମଧ୍ୟ ବେଶ ଆକ୍ଟିଭ। ନିଜ ସାଂସାରିକ ଜଞ୍ଜାଳରେ ଯେତେ ବ୍ୟସ୍ତ ରହିଲେ ମଧ୍ୟ ଉଭୟ ପରସ୍ପର ପାଇଁ ସମୟ ବାହାର କରିଦେଇଥାନ୍ତି। ରଣବୀର ସ୍ତ୍ରୀଙ୍କୁ ବହୁତ ଡରନ୍ତି ଏକଥା ନିଜେ ଦୀପିକା କିଛି ବର୍ଷ ପୂର୍ବେ ପ୍ରକାଶ କରିଥିଲେ। ଶାଶୁ ତାଙ୍କୁ ରଣଭୀରଙ୍କୁ ପରିଚାଳନା କରିବା ପାଇଁ କୌଣସି ଟିପ୍ସ ଦିଅନ୍ତି କି? ଏହା ଉପରେ ଦୀପିକା କହିଥିଲେ ଯେ, ଏହିପରି କିଛି ନାହିଁ। ରଣଭୀର ତାଙ୍କ ମାତାପିତା ଏବଂ ଭଉଣୀମାନଙ୍କ ଅପେକ୍ଷା ତାଙ୍କୁ ଅଧିକ ଭୟ କରନ୍ତି। ଯଦି ସେ କୌଣସି କାମ କରିବାକୁ ଚାହୁଁଛନ୍ତି ତେବେ ତାଙ୍କ ପରିବାର ସଦସ୍ୟ ଦୀପିକାଙ୍କ ନିକଟକୁ ଆସନ୍ତି।
ବିବାହ ପରେ ପ୍ରଥମଥର ପାଇଁ ଦୁହେଁ ‘୮୩’ ଫିଲ୍ମରେ ଏକତ୍ର ନଜରକୁ ଆସିବେ। ଫିଲ୍ମଟି ୧୯୮୩ ବିଶ୍ୱକପ ଉପରେ ଆଧାରିତ। କବିର ଖାନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ରଣବୀର ସିଂ ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଚରିତ୍ରରେ ନଜରକୁ ଆସିବେ। ଫିଲ୍ମ ‘୮୩’ ରଣବୀର ସିଂଙ୍କ ଅଭିନୀତ ହିନ୍ଦୀ, ତାମିଲ ଏବଂ ତେଲୁଗୁରେ ପ୍ରସ୍ତୁତ ଏହା ପ୍ରଥମ ତ୍ରିଭାଷୀ ଫିଲ୍ମ ହେବ। ଏହି ଫିଲ୍ମର କିଛି ଭାଗ ଶୁଟିଂ ପ୍ରସିଦ୍ଧ ଲଡର୍ସ ଗ୍ରାଉଣ୍ଡରେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri