‘ସିଂଘମ ଏଗେନ୍‌’ରେ ରଣବୀରଙ୍କ ଲୁକ୍‌ ଆଉଟ୍‌

ଆଜିକାଲି ରୋହିତ ସେଟ୍ଟୀଙ୍କ ‘ସିଂଘମ ଏଗେନ୍‌’କୁ ଚର୍ଚ୍ଚା ଜୋର ଧରିଛି। ଏହି ଫିଲ୍ମରେ ପୁଣି ଥରେ ସିଂଘମ ଅର୍ଥାତ୍‌ ଅଜୟ ଦେବଗନଙ୍କ ଜବରଦସ୍ତ ଆକ୍ସନ ଦେଖିବାକୁ ମିଳିବ। ଏଥର ଫିଲ୍ମ ଷ୍ଟାର୍‌ କାଷ୍ଟ ମଧ୍ୟ ବହୁତ ଭଲ। ରଣବୀର ସିଂ ଏବଂ ଦୀପିକା ପାଦୁକୋନଙ୍କୁ ମଧ୍ୟ ‘ସିଂଘମ ଏଗେନ୍‌’ରେ ଶକ୍ତିଶାଳୀ ଆକ୍ସନ କରୁଥିବା ଦେଖିବାକୁ ମିଳିବ। ନିକଟରେ ଫିଲ୍ମରେ ରଣବୀରଙ୍କ ପ୍ରଥମ ଲୁକ ମଧ୍ୟ ପ୍ରକାଶ ପାଇଛି।
ଅଜୟ ଦେବଗନ ନିଜେ ଏକ୍ସରେ ରଣବୀର ସିଂଙ୍କ ପ୍ରଥମ ଲୁକ ଶେୟାର କରିଛନ୍ତି। ପୋଷ୍ଟରରେ ରଣବୀର ପୋଲିସ ୟୁନିଫର୍ମରେ ଦେଖାଯାଉଛି। ବିଶେଷ କଥା ହେଉଛି ସଂଗ୍ରାମ ଭାଲେରାଓ ଭୂମିକାରେ ନଜର ଆସିଥିବା ରଣଭୀର ସିଂଙ୍କ ଏହି ପୋଷ୍ଟରର ବ୍ୟାକ୍‌ଗ୍ରାଉଣ୍ଡରେ ଭଗବାନ ହନୁମାନଙ୍କ ଫଟୋ ମଧ୍ୟ ଦେଖାଯାଉଛି। ଏହା ଦେଖି ପ୍ରଶଂସକଙ୍କ ଉତ୍ସାହ ଆହୁରି ବଢିଚାଲିଛି। ରଣବୀରଙ୍କ ପୋଷ୍ଟର ଶେୟାର କରିବାବେଳେ ଅଜୟ କ୍ୟାପସନରେ ଲେଖିଛନ୍ତି, ମୋ ଟିମ୍‌ର ସବୁଠାରୁ କୁଖ୍ୟାତ ଅଧିକାରୀ।
‘ସିଂଘମ ଏଗେନ୍‌’ ୧୫ ଅଗଷ୍ଟ ୨୦୨୪ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଏହି ଫିଲ୍ମଟି ଅଲୁ ଅର୍ଜୁନଙ୍କ ‘ପୁଷ୍ପା ୨’କୁ ଟକ୍କର ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri