Posted inଜାତୀୟ

ଗିରଫ ପରେ ସୀମା କହିଲେ, ମୋ ନାଁରେ ଆସିଥିବା ସମସ୍ତ ଅଭିଯୋଗ ମିଥ୍ୟା

ରାଞ୍ଚି,୩୧।୮: ଝାଡଖଣ୍ଡର ପୂର୍ବତନ ଆଇଏସ ଅଫିସରଙ୍କ ସ୍ତ୍ରୀ ତଥା ଭାଜପାରୁ ନିଲମ୍ବିତ ହୋଇଥିବା ସୀମା ପାତ୍ରଙ୍କୁ ବୁଧବାର ରାଞ୍ଚି ପୋଲିସ ଗିରଫ କରିଛି। ୮ ବର୍ଷ ଧରି ଘରେ କାମ କରୁଥିବା ସୁନୀତା ନାମ୍ନୀ ଜଣେ ମହିଳାଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିବା ଜଣାପଡିଛି। ଗିରଫ ପରେ ସୀମା କହିଛନ୍ତି, ମୋତେ ଫଶାଯିବାକୁ ଚେଷ୍ଟା କରାଯାଇଛି। ମୋ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗ ମିଥ୍ୟା ଅଟେ।
ସୀମାଙ୍କୁ ଗିରଫ ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ପରେ ତାଙ୍କ ଜାମିନ ଆବେଦନ ଖାରଜ ହୋଇଯିବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗିରଫଦାରିରୁ ବର୍ତ୍ତିବା ପାଇଁ ସୀମା ଫେରାର ହୋଇଯାଇଥିଲେ। ପୋଲିସ ସୀମାଙ୍କୁ ଖୋଜିବା ପାଇଁ ସର୍ଚ୍ଚ ଅପରେଶନ ଜାରି ରଖିଥିଲା। ପରେ ତାଙ୍କୁ ଗିରଫ କବାରେ ପୋଲିସ ସକ୍ଷମ ହୋଇଥିଲା।
୨୯ ବର୍ଷୀୟ ସୁନୀତାଙ୍କ ଘର ଝାରଖଣ୍ଡର ଗୁମଲାରେ। ୮ ବର୍ଷ ଧରି ସେ ସୀମାଙ୍କ ଘରେ କାମ କରିଆସୁଥିଲେ। କାମ ମଧ୍ୟରେ ସୀମା ପାତ୍ର ତାଙ୍କୁ ବାରମ୍ବାର ନିର୍ଯାତନା ଦେଇ ଚାଲିଥିଲେ। ହେଲେ ଭୟରେ ସେ କିଛି ବି କହୁ ନ ଥିଲେ। ଅସହ୍ୟ ଯନ୍ତ୍ରଣା ହେବରୁ ସେ ଶେଷରେ ମୁହଁ ଖୋଲିଥିଲେ। ସୁନୀତାଙ୍କୁ ଗରମ ତାୱା ଓ ରଡ୍‌ରେ ସୀମା ପିଟୁଥିଲେ। ତାଙ୍କର ଏକାଧିକ ଦାନ୍ତ ମଧ୍ୟ ମାଡ ଯୋଗୁ ଝଡି ଯାଇଛି। ଏତେ କଷ୍ଟ ହେଉଥିଲା ଯେ ସେ ସହି ନ ପାରି ଚଟାଣରେ ପରିସ୍ରା କରି ଦେଇଥିଲେ। ଭୁଲ ପାଇଁ ସୀମା ତାଙ୍କୁ ଏପରି ଅକଥନୀୟ ନିର୍ଯାତନା ଦେଉଥିଲେ। ସୀମା ପାତ୍ରଙ୍କ ପୁଅ ଆୟୁଷ୍ମାନ ସୁନୀତାଙ୍କୁ ସହଯୋଗ କରିଥିଲେ। ତାଙ୍କ ପାଇଁ ଆଜି ମୁଁ ବଞ୍ଚିଛି। ସୁନୀତାଙ୍କ ନିର୍ଯାତନା ସମ୍ପର୍କରେ ଆୟୁଷ୍ମାନ ତାଙ୍କର ଜଣେ ବନ୍ଧୁଙ୍କୁ କହିଥିଲେ। ବନ୍ଧୁ ଜଣଙ୍କ ପୋଲିସ୍‌ରେଅଭିଯୋଗ କରିବାରୁ ସୁନୀତାଙ୍କୁ ଉଦ୍ଧାର କରାଯାଇଥିଲା। ଏବେ ସେ ରାଞ୍ଚିର ରିମ୍ସରେ ଚିକିତ୍ସିତ ହେଉଛନ୍ତି।
ସୀମା ପାତ୍ର ହେଉଛନ୍ତି ଭାଜପା ମହିଳା ମୋର୍ଚ୍ଚାର ଜାତୀୟ କମିଟିର ସଦସ୍ୟ। ତାଙ୍କ ସ୍ବାମୀ ମହେଶ୍ୱର ପାତ୍ର ଜଣେ ଅବସରପ୍ରାପ୍ତ ଆଇଏଏସ ଅଫିସର। ସୀମାଙ୍କ ନାଁରେ ଏଭଳି ଅଭିଯୋଗ ଆସିବା ପରେ ତାଙ୍କୁ ଦଳକୁ ନିଲମ୍ବିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?