Posted inଜାତୀୟ

ଝାଡଖଣ୍ଡ ରାଜନୀତିରେ ହୋଇପାରେ ପରିବର୍ତ୍ତନ, ଷଡଯନ୍ତ୍ର ରଚିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଭାଉଜ

ରାଞ୍ଚି,୧ ।୪: ଏବେ ଝାଡଖଣ୍ଡ ରାଜନୀତି ହୋଇଛି ସରଗରମ । ଶାସକ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର ଅଧା ଡଜନ ବିଧାୟକ କେନ୍ଦ୍ରୀୟ ଅଧ୍ୟକ୍ଷ ଶିବୁ ସୋରେନ ଓ କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ପତ୍ର ଲେଖି ଦଳର ବିଧାୟକ ତଥା ମୁଖ୍ୟମନ୍ତ୍ରୀଙ୍କ ଭାଉଜ ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଉଲ୍ଲେଖ କରିଛନ୍ତି । ସରକାରଙ୍କୁ ଅସ୍ଥିର କରିବା ପାଇଁ ଏହାର ମାଷ୍ଟରମାଇଣ୍ଡ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର ବହିସ୍କୃତ କୋଷାଧ୍ୟକ୍ଷ ରବି କେଜରିୱାଲ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଅଶୋକ ଅଗ୍ରୱାଲ ରହିଛନ୍ତି । କେଜରିୱାଲ ଓ ଅଗ୍ରୱାଲ ଜେଏମଏମ ବିଧାୟକ ସୀତା ସୋରେନଙ୍କ ବାସଭବନରେ ସାକ୍ଷାତ୍ କରିବାକୁ ଫୋନ ଯୋଗେ ବିଧାୟକମାନଙ୍କୁ କହୁଛନ୍ତି । ସେଠାର ବିଧାୟକମାନଙ୍କୁ ସରକାର ଭାଙ୍ଗିବା ଓ ଭାରତୀୟ ଜନତା ପାର୍ଟି(ଭାଜପା)କୁ ସମର୍ଥନ ଦେବାକୁ ଚାପ ପକାଯାଉଥିବା କୁହାଯାଉଛି । ଅସ୍ଥିରତା ପରେ ନୂତନ ସରକାର ଗଠନ ହେଲେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟକମାନଙ୍କୁ ମନ୍ତ୍ରୀ ପଦ ଦିଆଯିବାର ପ୍ରଲୋଭନ ମଧ୍ୟ ଦେଖାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri