Posted inଜାତୀୟ

ବିମାନ ବନ୍ଦରରେ ଆରମ୍ଭ ହେଲା ରାଣ୍ଡମ ଟେଷ୍ଟ: ମଙ୍ଗଳବାରରୁ ହସ୍ପିଟାଲରେ ‘ମକ୍‌ ଡ୍ରିଲ୍‌’

ନୂଆଦିଲ୍ଲୀ,୨୬।୧୨: ଚାଇନାରେ କରୋନା ଭାଇରସ୍‌ ତାଣ୍ଡବ ରଚିବାରେ ଲାଗିଛି। ଉକ୍ତ ଦେଶରେ ଲଗାତର ଭାବେ ପଜିଟିଭ୍‌ ମାମଲା ବୃଦ୍ଧି ପାଇବା ସହ ମୃତକଙ୍କ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଚାଇନାର ପରିସ୍ଥିତିକୁ ଦେଖି ଭାରତ ସରକାର ମଧ୍ୟ ସର୍ତକ ରହିବା ସହ ସଜାଗ ହୋଇଯାଇଛନ୍ତି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ, ଭାରତରେ କୋଭିଡକୁ ନେଇ ସମସ୍ତ ପ୍ରସ୍ତୁତିକୁ ମଜଭୁତ କରାଯାଉଛି। ଏଥିସହ ବିମାନ ବନ୍ଦରରେ ବିଦେଶରୁ ଆସୁଥିବା ଲୋକଙ୍କ ନମୁନା ସଂଗ୍ରହ କରାଯାଉଛି। ଯାହା ଦ୍ୱାରା ଯଦି ଜଣେ ବ୍ୟକ୍ତି କରୋନାରେ ସଂକ୍ରମିତ ହୁଅନ୍ତି, ତେବେ ତାଙ୍କୁ ଠିକ୍‌ ସମୟରେ କ୍ୱାରାଣ୍ଟାଇନ୍‌ କରାଯାଇପାରିବ। ଅନ୍ୟପଟେ ବିଭିନ୍ନ ବିମାନ ବନ୍ଦରରେ କରୋନାର ରାଣ୍ଡମ ଟେଷ୍ଟ କରାଯାଉଛି ବୋଲି ସୋମବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଟୁଇଟରରେ ସୂଚନା ଦେଇଛନ୍ତି। ସେ ଟୁଇଟରରେ କେତେକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ବିମାନ ବନ୍ଦରରେ କରୋନାର ରାଣ୍ଡମ ଯାଞ୍ଚ ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି। ବିମାନବନ୍ଦର କର୍ତ୍ତୃପକ୍ଷ ମଧ୍ୟ ସରକାରଙ୍କ ନିର୍ଦ୍ଦେଶ ପାଳନ କରୁଥିବା ଦେଖାଯାଉଛି। ସେହିପରି ମଙ୍ଗଳବାରରୁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ହସ୍ପିଟାଲରେ ‘ମକ୍‌ ଡ୍ରିଲ୍‌’ କରାଯିବ। ଏହାଦ୍ୱାରା ସମସ୍ତ ଜିଲାରେ ସ୍ବାସ୍ଥ୍ୟ ସୁବିଧା ଉବଲବ୍ଧତା, କ୍ୱାରାଣ୍ଟାଇନ୍‌ ଶଯ୍ୟା କ୍ଷମତା, ଅକ୍ସିଜେନ୍‌ ସୁବିଧା, ଆଇସିୟୁ ଶଯ୍ୟା ଏବଂ ଭେଣ୍ଟିଲେଟର ଶଯ୍ୟା ସହିତ ଜିଲାରେ ଡାକ୍ତର ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉବଲବ୍ଧତା ଉପରେ ଧ୍ୟାନ ଦିଆଯିବ। ସୂଚନାଯୋଗ୍ୟ, ନିକଟରେ ମାଲେସିଆର କୁଆଲାଲମ୍ପୁରର ଜଣେ ମହିଳା କୋଲକାତା ବିମାନବନ୍ଦରରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଉକ୍ତ ୩୮ବର୍ଷିୟା ମହିଳାଙ୍କୁ ବେଲେଘାଟା ଆଇଡିରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri